ପ୍ରାକ୍ ମୌସୁମୀ ବାତ୍ୟା ମୁକାବିଲା ପାଇଁ ଆଜି ବସିବ ପ୍ରସ୍ତୁତି ବୈଠକ । ବିଭାଗୀୟ ସମନ୍ୱୟ ଓ ତ୍ୱରିତ ପୁନରୁଦ୍ଧାରକୁ ବୈଠକରେ ଗୁରୁତ୍ୱ ଦିଆଯିବ । ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ପ୍ରସ୍ତୁତି ନେଇ ସମୀକ୍ଷା କରାଯିବ । ବୈଠକରେ ଆଇଏମଡି ପାୱାର ପଏଣ୍ଟ ମାଧ୍ୟମରେ ବାତ୍ୟା ସମ୍ପର୍କରେ ତଥ୍ୟ ରଖିବେ । ଡପଲର ରାଡାର ସମ୍ପର୍କରେ ମଧ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯିବ । ବାତ୍ୟା ସମୟରେ କିପରି ଟେଲିକମ୍ୟୁନିକେସ୍ ବ୍ୟବସ୍ଥା କାର୍ଯ୍ୟକାରୀ ହେବ ସେନେଇ ଆଲୋଚନା କରାଯିବ । ଓଡ୍ରାଫ୍ ସହିତ ଅଗ୍ନିଶମ, ଏନଡିଆରଏଫ୍ ଏବଂ ଆବଶ୍ୟକସ୍ଥଳେ ସେନାର ସହାୟତା ନେଇ ଆଲୋଚନା ହେବ । ଆଶ୍ରୟସ୍ଥଳୀ ଗୁଡ଼ିକର ପ୍ରସ୍ତୁତି ଓ ମକଡ୍ରିଲ ସମ୍ପର୍କରେ ବୈଠକରେ ରୋଡମ୍ୟାପ୍ ପ୍ରସ୍ତୁତ କରାଯିବ ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା