ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ଗତକାଲିର ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଉତ୍ତର-ପଶ୍ଚିମ ବଙ୍ଗୋପସାଗର ତଥା ଉତ୍ତର-ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହାସହ ଜଡ଼ିତ ଘୂର୍ଣ୍ଣିବଳୟ ବାୟୁମଣ୍ଡଳରେ ୭.୬ କିମି ଉଚ୍ଚତା ଯାଏଁ ବ୍ୟାପିଛି । ପ୍ରଭାବରେ ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ । ତେବେ ବର୍ଷା ପାଇଁ ଆଗାମୀ ୩ ଘଣ୍ଟା ପାଇଁ ଟୁଇନ ସିଟି ସହ ୧୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ଟୁଇନସିଟି ସହ ଢେଙ୍କାନାଳ, ଅନୁଗୁଳ, ବାଲେଶ୍ବର, ଭଦ୍ରକ, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡ଼ା, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼, ସୋନପୁର, ନୂଆପଡ଼ା, ବୌଦ୍ଧ, ଯାଜପୁର ଓ ବଲାଙ୍ଗୀରକୁ ବର୍ଷା ସତର୍କତା ଜାରି ହୋଇଛି ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା