ବର୍ଷାରେ ଭିଜିପାରେ ଦଶହରା । ଦଶହରା ବେଳକୁ ଏକ ଲଘୁଚାପ ଓଡ଼ିଶା ଉପକୂଳକୁ ଆସିପାରେ । ଏହା ପ୍ରଭାବରେ ଅକ୍ଟୋବର ୨୩ରୁ ୨୬ ତାରିଖ ଯାଏଁ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ୱିଣ୍ଡି ଡଟକମରେ ଜିଏଫଏସ୍ ମଡେଲର ଆକଳନ ଅନୁଯାୟୀ ଏକ ଲଘୁଚାପ ଘନିଭୂତ ହୋଇ ଅବପାତରେ ପରିଣତ ହୋଇପାରେ । ଏହା ଓଡ଼ିଶା ମୁହାଁ ହେବା ସହ ଅକ୍ଟୋବର ୨୪ ତାରିଖ ବେଳକୁ ଓଡ଼ିଶା ଉପକୂଳରେ ରହିପାରେ । ଏପରିକି ଏହା ଗୋପାଳପୁର ଏବଂ ଚିଲିକା ମଝିରେ ସ୍ଥଳଭାଗ ଛୁଇଁପାରେ । ଟ୍ରପିକାଲ ଟିଡଟିକ୍ସ ଡଟକମର ଉପସ୍ଥାପିତ ଜିଏଫଏସ୍ ଆକଳନ ଅନୁସାରେ ସମ୍ଭାବ୍ୟ ଲଘୁଚାପ ଅଧିନ ଘନିଭୂତ ହୋଇ ବାଂଲାଦେଶ ଆଡକୁ ମୁହାଁଇପାରେ । ସେପଟେ କୃଷି ପାଣିପାଗ ବିଶାରଦ ଡକ୍ଟର ପଶୁପାଳକ କହିଛନ୍ତି, ଚଳିତ ବର୍ଷ ବିଳମ୍ବରେ ଶୀତ ଆସିବ । ଏଲ-ନିନୋ ପ୍ରଭାବ ଯୋଗୁ ଶୀତ ମଧ୍ୟ କମ ରହିବ । ଏବଂ ଶୀତ ବିଳମ୍ବରେ ଆସି ଶୀଘ୍ର ପଳାଇବ । ଅନ୍ୟ ପକ୍ଷରେ ଖରା ଏବଂ ଗରମ ଆଗୁଆ ଅନୁଭୂତ ହେବ ।
“The eyes believe themselves, the ears believe other people.”
More Stories
ଆଉ ହେବନି ବାଟମାରଣା, ଖଣି ଜଗିବେ ଓଆଇଏସ୍ଏଫ୍ ଜବାନ୍
କିଟ୍ ଛାତ୍ରୀ ଆତ୍ମହତ୍ୟା ମାମଲା, ବଡ ଅଡୁଆକୁ ଛୋଟ ସମାଧାନ
୧.୯୩ ଲକ୍ଷ ପରୀକ୍ଷାର୍ଥୀଙ୍କର ଆରମ୍ଭ ହେଲା ଯୁକ୍ତ୨ ପରୀକ୍ଷା