The Topmost

“The eyes believe themselves, the ears believe other people.”

ବାଜପେୟୀଙ୍କ ଜନ୍ମ ଜୟନ୍ତୀ

ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଜନ୍ମ ଜୟନ୍ତୀ । ତାଙ୍କ ଅଭୁଲା ସ୍ମୃତିକୁ ମନେ ପକାଉଛି ସାରା ଦେଶ । ‘ସଦୈବ ଅଟଳ’ ସ୍ଥଳରେ ଅଟଳଜୀଙ୍କ ସମାଧୀରେ ପୁଷ୍ପମାଲ୍ୟ ଅପଣ କରିଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି । ସେହିପରି, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଏବଂ ‘ବିଜେପି’ ମୁଖ୍ୟ ଜେ. ପି. ନଡ୍ଡା ମଧ୍ୟ ‘ସଦୈବ ଅଟଳ’ରେ ପହଞ୍ଚି ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ଏହି ଅବସରରେ ଟୁଇଟ୍ କରି ପ୍ରଧାନମନ୍ତ୍ରୀ ମୋଦି ଲେଖିଛନ୍ତି, ‘ଜୟନ୍ତୀରେ ଅଟଳଜୀଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି । ଭାରତ ପ୍ରତି ତାଙ୍କର ଅବଦାନ ଅବିସ୍ମରଣୀୟ । ତାଙ୍କର ନେତୃତ୍ୱ ଓ ଦୃଷ୍ଟିଭଙ୍ଗୀ କୋଟି କୋଟି ଜନତାଙ୍କୁ ପ୍ରେରିତ କରେ ।’