ବାହାନଗା ଟ୍ରେନ ଦୁର୍ଘଟଣା । ଆସିଲା ରେଲୱେ କମିଶନଙ୍କ ରିପୋର୍ଟ । ସିଗନାଲିଂ ଏବଂ ଦୂରସଞ୍ଚାର ବିଭାଗର ତ୍ରୁଟି ପାଇଁ ଏତେ ବଡ଼ ଟ୍ରେନ ଦୁର୍ଘଟଣା ଘଟିଥିବା ରେଳ ସୁରକ୍ଷା କମିଶନ ରିପୋର୍ଟ ଦାଖଲ କରିଛନ୍ତି । ରେଳବୋର୍ଡ଼ ନିକଟରେ ଏହି ରିପୋର୍ଟ ଦାଖଲ ହୋଇଛି । ଏହାବାଦ ତ୍ରୁଟିପୂର୍ଣ୍ଣ ୱେୟାରିଂ ମଧ୍ୟ ଆଉ ଏକ କାରଣ ବୋଲି ରିପୋର୍ଟରେ ଉଲ୍ଲେଖ ରହିଛି । ବାହାନଗା ବଜାର ଷ୍ଟେସନରେ ଲେଭଲ କ୍ରସିଂ ଫାଟକ-୯୪ରେ ଇଲେକ୍ଟ୍ରିକ ଲିଫ୍ଟିଙ୍ଗ ବ୍ୟାରିୟରକୁ ବଦଳାଇ କାର୍ଯ୍ୟ ନ କରାଯିବା ମଧ୍ୟ ଏକ ଭୁଲ ଥିଲା ବୋଲି କୁହାଯାଇଛି । ଏଥିରେ ଏକ ଟିମ ୱେୟାରିଂ ସର୍କିଟକୁ ସଜାଡ଼ିଥିଲା ଏବଂ ଏହାକୁ ଦୋହରାଇବାରେ ବିଫଳ ହୋଇଥିଲା । ଜୁନ ୨ ତାରିଖରେ ହୋଇଥିବା ଏହି ଦୁର୍ଘଟଣାରେ ଏପର୍ଯ୍ୟନ୍ତ ୨୯୩ ଜଣଙ୍କର ମୃତ୍ୟୁ ଘଟିଛି ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା