ଆଜି ବିଜୁ ଜନତା ଦଳ ପାଳୁଛି ୨୬ତମ ପ୍ରତିଷ୍ଠା ଦିବସ । ରାଜ୍ୟବାସୀଙ୍କ ସେବାରେ ୨୫ ବର୍ଷ ପୂର୍ତ୍ତି ଉତ୍ସବକୁ ପାଳନ କରୁଛି ଦଳ । ଶ୍ରୀକ୍ଷେତ୍ରରେ ଏବର୍ଷ ପ୍ରତିଷ୍ଠା ଦିବସ ସମାରୋହ ଅନୁଷ୍ଠିତ ହେଉଛି । ଏଥିରେ ୪୦ରୁ ୫୦ ହଜାର କର୍ମୀ ଓ ନେତାଙ୍କ ସମାଗମ ହେବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ବରେ ପୁଣି ଥରେ ଦଳୀୟ କର୍ମୀ ଶଙ୍ଖକ୍ଷେତ୍ରରେ ଜନସେବା ପାଇଁ ସଂକଳ୍ପ ନେବେ । ରାଜ୍ୟବାସୀଙ୍କ ସେବାରେ ନିଜକୁ ଉତ୍ସର୍ଗ କରିବା ପାଇଁ ପୁଣି ଥରେ ବିଜେଡି ସୁପ୍ରିମୋ ଦେବେ ଗୁରୁମନ୍ତ୍ର । ଏଥିପାଇଁ ନେତା ଓ କର୍ମୀ ମହଲରେ ଦେଖିବାକୁ ମିଳିଛି ଭରପୂର ଉତ୍ସାହ । ପୁରୀ ତାଳବଣିଆରେ ସମସ୍ତ ପ୍ରସ୍ତୁତି ହୋଇଛି । ୧୯୯୭ ମସିହା ଡିସେମ୍ବର ୨୬ରୁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦରେ ଗଠନ ହୋଇଥିଲା ବିଜୁ ଜନତା ଦଳ । ସେଥିପାଇଁ ରୌପ୍ୟ ଜୟନ୍ତୀ ସମାରୋହ ପାଳନ ପାଇଁ ଶ୍ରୀକ୍ଷେତ୍ରକୁ ବାଛିଛନ୍ତି ବିଜେଡି ସୁପ୍ରିମୋ ।
“The eyes believe themselves, the ears believe other people.”
More Stories
କିଟ୍ ଛାତ୍ରୀ ଆତ୍ମହତ୍ୟା ମାମଲା, ବଡ ଅଡୁଆକୁ ଛୋଟ ସମାଧାନ
୧.୯୩ ଲକ୍ଷ ପରୀକ୍ଷାର୍ଥୀଙ୍କର ଆରମ୍ଭ ହେଲା ଯୁକ୍ତ୨ ପରୀକ୍ଷା
ଲଭ୍, ସେକ୍ସ ଓ ଧୋକା କେସରେ କିଟ୍ ଛାତ୍ରୀଙ୍କ ଆତ୍ମହତ୍ୟା