ଭୁବନେଶ୍ୱରରେ ପହଞ୍ଚିଲା ସହିଦ ଓଡ଼ିଆ ପୁଅ ଦେବାଶିଷ ବିଶ୍ବାଳଙ୍କ ମରଶରୀର । ଭୁବନେଶ୍ବର ଏୟାରପୋର୍ଟରେ ପହଞ୍ଚିବା ପରେ ସେଠାରେ ସହିଦଙ୍କ ମରଶରୀରକୁ ସେନା ପକ୍ଷରୁ ଗାର୍ଡ ଅପ୍ ଅନର ଦିଆଯାଇଛି । ଏହାପରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ପହଞ୍ଚି ସହିଦଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି । ଏହାପରେ ଗୃହରାଷ୍ଟ୍ରମନ୍ତ୍ରୀ ତୁଷାରକାନ୍ତି ବେହେରା, ମନ୍ତ୍ରୀ ଅଶୋକ ପଣ୍ଡା, ବିଧାୟକ ଅନନ୍ତ ନାରାୟଣ ଜେନା, ମେୟର ସୁଲୋଚନା ଦାସ, ପୋଲିସ କମିଶନର ଓ ଡିସିପି ପ୍ରମୁଖ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ସହିଦ ଦେବାଶିଷ ବିଶ୍ୱାଳଙ୍କ ପତ୍ନୀ ମଧ୍ୟ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ଏୟାରପୋର୍ଟରୁ ସିଧାସଳଖ ଜନ୍ମ ମାଟି ପୁରୀ ଜିଲ୍ଲା ଅଳଗୁମା ପଞ୍ଚୟତ ଖଣ୍ଡାୟତ ସାହିକୁ ଯିବ ସହିଦଙ୍କ ମରଶରୀର । ଗାଁ ମଶାଣିରେ ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ଦେବାଶିଷଙ୍କ ଅନ୍ତିମ ସଂସ୍କାର କରାଯିବ ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା