ରାଜଧାନୀ ଭୁବନେଶ୍ୱରରେ ଗଡ଼ିବ ମେଟ୍ରୋ ଟ୍ରେନ୍। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଘୋଷଣା ପରେ ପ୍ରସ୍ତୁତ ହେଉଛି ଡିପିଆର୍। ପ୍ରଥମ ପର୍ଯ୍ୟାୟରେ ଭୁବନେଶ୍ୱର ବିମାନବନ୍ଦରରୁ କଟକ ତ୍ରିଶୁଳିଆ ପର୍ଯ୍ୟନ୍ତ ଗଡ଼ିବ ମେଟ୍ରୋ। ବିମାନବନ୍ଦରରୁ ମାଷ୍ଟରକ୍ୟାଣ୍ଟିନ, ସେଠାରୁ ବାଣୀବିହାର, ଜୟଦେବ ବିହାର, ଚନ୍ଦ୍ରଶେଖରପୁର, ପଟିଆ, ଆଉ ନନ୍ଦନକାନନ ଦେଇ ତ୍ରିଶୁଳିଆ ପର୍ଯ୍ୟନ୍ତ ମେଟ୍ରୋ ଲାଇନ୍ ଯୋଡିବାକୁ ଯୋଜନା କରିଛନ୍ତି ସରକାର। ୩ ବର୍ଷ ଭିତରେ କାମ ସାରିବାକୁ ସରକାର ଲକ୍ଷ୍ୟ ରଖିଛନ୍ତି। ୨୯ କିଲୋମିଟର ଦୀର୍ଘ ଏହି ଟ୍ରାକ୍ ପାଇଁ ପ୍ରାୟ ୮ ହଜାର କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି ଆକଳନ କରାଯାଇଛି।
More Stories
ଅତ୍ୟଧିକ କଖାରୁ ଡାଲମା ଖାଉଛନ୍ତି କି
କେବେ ଥମିବ ଅପରାଧ, ୩ ବର୍ଷରେ ୮୧୯ ଦୁଷ୍କର୍ମ
ଓଡିଶା ସୀମାକୁ ଘେରିଛନ୍ତି 2000 ନକ୍ସଲ୍