ଆଜି ମକର ସଂକ୍ରାନ୍ତି । ଭାରତର ସବୁ ପ୍ରାନ୍ତରେ ଏହାକୁ ଭିନ୍ନ ଭିନ୍ନ ନାମରେ ପାଳନ କରାଯାଏ। ଦକ୍ଷିଣ ଭାରତରେ ଏହାକୁ ପୋଙ୍ଗଲ ବୋଲି କୁହାଯାଏ। ମକର ସଂକ୍ରାନ୍ତିରେ ସୂର୍ଯ୍ୟ ଉତ୍ତରାୟଣ ଗତି କରିଥାନ୍ତି । ପୃଥିବୀର ଉତ୍ତର ଗୋଲାର୍ଦ୍ଧ ସୂର୍ଯ୍ୟଙ୍କ ଆଡକୁ ଢଳିଥାଏ । ପରମ୍ପରା ଅନୁସାରେ ଏହି ଦିନ ସୂର୍ଯ୍ୟ ମକର ରାଶିରେ ପ୍ରବେଶ କରିଥାନ୍ତି । ଏନେଇ ଆଜି ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେଉଛି । ଶ୍ରୀଜିଉଙ୍କ ମଙ୍ଗଳ ଆଳତି ଓ ଅବକାଶ ନୀତି ବଢ଼ିବା ପରେ ଶ୍ରୀଜିଉମାନଙ୍କର ପଟା ପହରଣ ଲାଗି କରାଯିବା ପରେ ତ୍ରିମୁଣ୍ଡିରେ ମକରଚୂଳ ଲାଗି ହୋଇଥାଏ ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା