ସରିଲା ଦଶହରା । ପୁଣି ଆର ବର୍ଷକୁ ଅପେକ୍ଷା । ଆଜି ବିଦାୟ ନେବେ ମାଆ । ଅନୁଷ୍ଠିତ ହେଉଛି ମହାମାୟାଙ୍କର ଭସାଣ ଉତ୍ସବ । ବିସର୍ଜନ ପାଇଁ କରାଯାଇଛି ଅସ୍ଥାୟୀ ପୋଖରୀ । ଭସାଣକୁ ଚିତ୍ତାକର୍ଷକ କରିବା ପାଇଁ ସମସ୍ତ ପୂଜା କମିଟି ଯୋଜନା କରିଛନ୍ତି । ନାସିକ ଢୋଲରେ କମ୍ପିବ ରାଜରାସ୍ତା । ଆକ୍ସନ ଦେଖାଇବେ ଅଘୋରୀ ଗ୍ରୁପ । ମାଆଙ୍କୁ ମେଲାଣି ପାଇଁ ବିଭିନ୍ନ ପୂଜା ମଣ୍ଡପ ଗୁଡିକ ପ୍ରସ୍ତୁତି କରିଛନ୍ତି । ରାଜଧାନୀ ଭୁବନେଶ୍ବରରେ ମାଆଙ୍କ ଭସାଣ ଉତ୍ସବ ପାଇଁ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ଭସାଣ ସମୟରେ ଯେଭଳି ଟ୍ରାଫିକ ସମସ୍ୟା ନଉପୁଜେ ସେଥିପାଇଁ ସ୍ବତନ୍ତ୍ର ଦୃଷ୍ଟି ଦିଆଯାଇଛି । ରାଜଧାନୀରେ ମୋଟ ୩୧ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହେବେ । ୧୫୦ ଜଣ ବରିଷ୍ଠ ପୋଲିସ ଅଧିକାରୀ ବିଭିନ୍ନ ସ୍ଥାନରେ ନଜର ରଖିବେ । ମାଆଙ୍କୁ ବିସର୍ଜନ ପାଇଁ କୁଆଖାଇ ଓ ଦୟାନଦୀ କୂଳରେ ଅସ୍ଥାୟୀ ପୋଖରୀ ଖୋଳାଯାଇଛି । ନଦୀ ଭିତରକୁ ଯିବା ଉପରେ କଟକଣା କରାଯାଇଛି । ଅସ୍ଥାୟୀ ପୋଖରୀ ଗୁଡ଼ିକ ନିକଟରେ ପୋଲିସ ମୁତୟନ ହେବାକୁ ଥିବାବେଳେ, ଅଗ୍ନିଶମ ବିଭାଗର କର୍ମଚାରୀ ମାନେ ବୋଟ ଧରି ଉପସ୍ଥିତ ରହିବେ ।
More Stories
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ