ଭୁବନେଶ୍ୱର, କଟକ, ପୁରୀ, ଖୋର୍ଦ୍ଧା ସମେତ ବିଭିନ୍ନ ସ୍ଥାନରେ ବର୍ଷା । ଭୁବନେଶ୍ୱରର ରାଜମହଲ, ସୁନ୍ଦରପଦା, ପୁରୁଣା ଭୁବନେଶ୍ୱର ଆଦି ଅଞ୍ଚଳରେ ବର୍ଷା ହୋଇଥିବା ସୂଚନା । କିଛି ଘଣ୍ଟା ଧରି ବର୍ଷା ଲାଗି ରହିବା ଯୋଗୁ ଜନଜୀବନ ପ୍ରଭାବିତ ହୋଇଛି । ସେପଟେ ମୌସୁମୀ ଲାଗି ପାଗ ଅନୁକୂଳ ରହିଥିବା ନେଇ ସୂଚନା ଦେଇଛି ପାଣିପାଗ ବିଭାଗ । ତେଣେ ଆସନ୍ତା ୩ ଘଣ୍ଟା ଲାଗି ବିଭିନ୍ନ ଜିଲ୍ଲାକୁ ବର୍ଷା ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ସେହି ଜିଲ୍ଲାଗୁଡିକ ହେଲା ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ, ରାୟଗଡ଼ା, ଗଜପତି, ଗଞ୍ଜାମ, ନବରଙ୍ଗପୁର, କଳାହାଣ୍ଡି ଓ କନ୍ଧମାଳ । ଭୁବନେଶ୍ୱର ଲାଗି ବି ଆଲର୍ଟ ଜାରି କରାଯାଇଛି । ଏହି ଜିଲ୍ଲା ଗୁଡିକରେ ବର୍ଷା, ବିଜୁଳି ଓ ଘଡ଼ଘଡ଼ି ଆଶଙ୍କା ଥିବାରୁ ସତର୍କତା ଜାରି କରିଛି ପାଣିପାଗ ବିଭାଗ ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା