ରାଜ୍ୟରେ ପୁଣି ବଡ଼ ବର୍ଷା ସମ୍ଭାବନା । ଆସନ୍ତା ୧୪ ରୁ ୧୭ ତାରିଖ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ପ୍ରଭାବିତ ହେବ ଉତ୍ତର ଉପକୂଳ ଓଡ଼ିଶାର ଅଧିକାଂଶ ଜିଲ୍ଲା । ୧୩ ତାରିଖରେ ଗାଙ୍ଗେୟ ଉପତ୍ୟାକା ଏବଂ ଉତ୍ତର ଓଡ଼ିଶା ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ରହିଛି । ଏହା ଘନୀଭୂତ ହୋଇ ଲଘୁଚାପର ରୂପ ନେଇପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଲଘୁଚାପରେ ପରିଣତ ନହେଲେ ବି ଉତ୍ତର ଓଡ଼ିଶାର ଉପକୂଳ ଜିଲ୍ଲାରେ ପ୍ରବଳ ବର୍ଷା ହେବ ବୋଲି ଆକଳନ କରିଛନ୍ତି ପାଣିପାଗ ବିଶେଷଜ୍ଞ ଶରତ ସାହୁ । କିଛି ସ୍ଥାନରେ ୭୦ ରୁ ୨୦୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି । ସେପଟେ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ଘଡଘଡି ବିଜୁଳି ସହ ବର୍ଷା ଜାରି ରହିଛି । ଆଜି ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡା, ଗଜପତି, ମାଲକାନଗିରି ଏବଂ କୋରାପୁଟକୁ ଘଡଘଡି ବିଜୁଳି ସହ ବର୍ଷା ନେଇ ୟେଲୋ ଆଲର୍ଟ ଜାରି କରାଯାଇଛି ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା