ଭୁବନେଶ୍ୱର: ଫେବୃଆରୀ ୨୩: ରାଜ୍ୟରେ ପୁଣି ବଦଳୁଛି ପାଗ। ପଶ୍ଚିମା ଝଡ଼ ପ୍ରଭାବରେ କାଲିଠୁ ବିଭିନ୍ନ ଜିଲ୍ଲାରେ ବର୍ଷାର ସମ୍ଭାବନା ରହିଛି। ଏହା ସହ ଆସନ୍ତା ୨୫ରୁ ବର୍ଷାର ପରିମାଣ ବଢ଼ିବ। ଏଥିପାଇଁ କିଛି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି। ତେବେ ଅନ୍ୟପଟେ ଦେଖିବାକୁ ଗଲେ ବର୍ତ୍ତମାନ କିଛି ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ଘନ କୁହୁଡି ଦେଖିବାକୁ ମିଳିଛି । ରାଜଧାନୀ ଭୁବନେଶ୍ୱରରେ ମଧ୍ୟ ସକାଳ ୮ଟା ଯାଏଁ କୁହୁଡି ଦେଖିବାକୁ ମିଳିଛି । କୁହୁଡି ଯୋଗୁ ଦୃଶ୍ୟମାନ କ୍ଷମତା ୫୦ ମିଟର ତଳକୁ ଖସି ଆସିବା ସହ ଯାନାବାହାନ ଚଳାଚଳରେ ବାଧା ସୃଷ୍ଟି ହୋଇଥିଲା।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା