ରାଜ୍ୟରେ ଦୁର୍ବଳ ହୋଇଛି ମୌସୁମୀ । ଏହାସହ ଦିନର ତାପମାତ୍ରା ବୃଦ୍ଧି ହୋଇଛି । ତେବେ ଆହୁରି 4 ରୁ 5 ଦିନ ଯାଏଁ ଏଭଳି ସ୍ଥିତି ଲାଗି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି । ଗତ 6 ଦିନ ମଧ୍ୟରେ ରାଜ୍ୟର ଅନେକ ସହରର ତାପମାତ୍ରା 35 ଡିଗ୍ରୀ ଉପରେ ରେର୍କଡ କରାଯାଇଛି । ତେବେ କାଳବୈଶାଖି ପ୍ରଭାବରେ ଆଜି ରାଜ୍ୟର କେତେକ ସ୍ଥାନରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି । ଫଳରେ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ 19 ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣି ଜାରି କରାଯାଇଛି । ଏହି ସବୁ ଜିଲ୍ଲା ଗୁଡିକ ହେଉଛି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଭଦ୍ରକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ସୁନ୍ଦରଗଡ, କେନ୍ଦୁଝର, ମୟୁରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ ଏବଂ କଳାହାଣ୍ଡି ।
More Stories
ଗାଡି ଟାୟାରରୁ ବାହାରୁଛି ଟଙ୍କା
ସୁନାମି ପାଇଁ ପ୍ରସ୍ତୁତ ହେବାକୁ ୨୪ ଗାଁକୁ ଚେତାବନୀ
ରାତି ପାହିଲେ ପ୍ରତ୍ୟେକ ଚାଷୀଙ୍କୁ ଅତିରିକ୍ତ 800 ଟଙ୍କା