ରାଜ୍ୟ କ୍ୟାବିନେଟରେ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ୯ ଟି ପ୍ରସ୍ତାବ ଉପରେ ଲାଗିଛି ମୋହର । ଆରମ୍ଭ ହେଲା ପଞ୍ଚାୟତିରାଜ ବିଭାଗର ନୂଆ ଯୋଜନା ଆମ ଓଡ଼ିଶା, ନବୀନ ଓଡ଼ିଶା । ଏହି ପ୍ରସ୍ତାବରେ କ୍ୟାବିନେଟରେ ମୋହର ମରାଯାଇଛି । ନୂଆ ଯୋଜନା ଅନୁସାରେ ପ୍ରତି ପଞ୍ଚାୟତକୁ ମିଳିବ ସ୍ବତନ୍ତ୍ର ଅନୁଦାନ । ଯୋଜନା କାର୍ଯ୍ୟକାରିତା ପାଇଁ ଗାଇଡଲାଇନକୁ ମଂଜୁରୀ ମିଳିଛି । ସେପଟେ ରାଜେନ୍ଦ୍ର ବିଶ୍ବବିଦ୍ୟାଳୟ ପାଇଁ ମାଗଣା ଜମି ପ୍ରଦାନକୁ ଅନୁମୋଦନ ମିଳିଛି । ବିଶ୍ବବିଦ୍ୟାଳୟକୁ ମିଳିବ ୮. ୬୯୩ ଏକର ଜମି । ଲମତାପୁଟ ଡିଗ୍ରୀ କଲେଜକୁ ମିଳିବ ୫ଏକର ଜମି । ଏଥିପାଇଁ ପ୍ରସ୍ତାବକୁ କ୍ୟାବିନେଟ ମୋହର ମାରିଛି । ସେହିପରି ଅଷ୍ଟମ ଅନୁଚ୍ଛେଦରେ କୁଇ ଭାଷାକୁ ସାମିଲ କରିବା ପ୍ରସ୍ତାବକୁ କ୍ୟାବିନେଟ ମୋହର ମାରିଛି । ଏଥିପାଇଁ କେନ୍ଦ୍ରକୁ ଚିଠି ଲେଖିବ ରାଜ୍ୟ । ଏହି ନିଷ୍ପତ୍ତିରେ ୭ ଲକ୍ଷରୁ ଅଧିକ କୁଇ ଭାଷାଭାଷୀ ଜନଜାତି ଉପକୃତ ହେବେ ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା