ରାଷ୍ଟ୍ରପତିଙ୍କ ତିନିଦିନିଆ ଓଡ଼ିଶା ଗସ୍ତର ଆଜି ଶେଷଦିନ । ମଙ୍ଗଳବାର ସମ୍ବଲପୁର ଗସ୍ତରେ ଅଛନ୍ତି ମହାମହିମ ଦ୍ରୌପଦୀ ମୁର୍ମୁ । ଆଜି ସମ୍ବଲପୁରରେ ଏକ କାର୍ଯ୍ୟକ୍ରମରେ ଯୋଗଦେବେ ରାଷ୍ଟ୍ରପତି । ବ୍ରହ୍ମକୁମାରୀ ସଂସ୍ଥାଦ୍ବାରା ଆୟୋଜିତ ଜାତୀୟ ଶିକ୍ଷା ଅଭିଯାନ- ନୂଆ ଭାରତ ପାଇଁ ନୂଆ ଶିକ୍ଷାକୁ ଶୁଭାରମ୍ଭ କରିବେ । ପରେ ଝାରସୁଗୁଡ଼ା ବିମାନବନ୍ଦରରୁ ଦିନ ୧୧ଟା ୫ ମିନିଟରେ ବାଙ୍ଗାଲୋର ଗସ୍ତ କରିବେ । ତିନିଦିନିଆ ଓଡ଼ିଶା ଗସ୍ତରେ ମୟୂରଭଞ୍ଜ ଓ ସମ୍ବଲପୁରର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ ରାଷ୍ଟ୍ରପତି । ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିବା ସହ ଗତକାଲି ଭିସୁଟର ସମାବର୍ତ୍ତନ ଉତ୍ସବରେ ଯୋଗଦେଇଥିଲେ । ଏହା ସହ ମାଆ ସମଲେଶ୍ବରୀଙ୍କୁ ଦର୍ଶନ କରି ଆଶୀର୍ବାଦନ ଲୋଡ଼ିଥିଲେ । ଅନ୍ୟପଟେ ଆସନ୍ତା ୨୬ ତାରିଖରେ ପୁଣି ଓଡ଼ିଶା ଆସିବେ ମହାମହିମ । ୨୬ ତାରିଖରେ ଭୁବନେଶ୍ବରରେ ପହଞ୍ଚି ୨୭ତାରିଖରେ ପାରାଦୀପରେ ବୋଇତ ବନ୍ଦାଣ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ।
More Stories
ନିର୍ଧୁମ ଛେଚିବ ବର୍ଷା, ଲଘୁଚାପ ପାଇଁ ରେଡ୍ ଆଲର୍ଟ ଜାରି
ମାଗଣାରେ ଅପଡେଟ୍ କରିପାରିବେ ଆଧାର କାର୍ଡ୍
ଅତ୍ୟଧିକ କଖାରୁ ଡାଲମା ଖାଉଛନ୍ତି କି