ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଆଜି ପ୍ରଥମ କାଶ୍ମୀର ଗସ୍ତ । କାଶ୍ମୀର ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ସାମିଲ ହେବେ । ରାଷ୍ଟ୍ରପତି ୨୦୨୦ରୁ ବିଶ୍ୱବିଦ୍ୟାଳୟର ମେଧାବୀ ବିଦ୍ୟାର୍ଥୀଙ୍କୁ ପୁରସ୍କୃତ କରିବେ । ସମାବର୍ତ୍ତନ ଉତ୍ସବରେ ୪୦୦ ଛାତ୍ରଛାତ୍ରୀଙ୍କୁ ସ୍ୱର୍ଣ୍ଣ ପଦକ, ପିଏଚଡି ଓ ଏମଫିଲ୍ ଡିଗ୍ରୀ ପ୍ରଦାନ କରାଯିବ । ଶ୍ରୀନଗରର ଡାଲ୍ ହ୍ରଦରେ ଏକ ଲାଇଟ୍ ଆଣ୍ଡ ସାଉଣ୍ଡ ସୋରେ ମଧ୍ୟ ଯୋଗଦେବେ ରାଷ୍ଟ୍ରପତି । ଉପରାଜ୍ୟପାଳ ମନୋଜ ସିହ୍ନା ତାଙ୍କୁ ରାତ୍ରଭୋଜନ ଦେବେ । ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ କାଶ୍ମୀର ଉପତ୍ୟକାରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ଏହାସହ ସମାବର୍ତ୍ତନ ଉତ୍ସବରେ ଯେଉଁମାନେ ରହିବେ ସେମାନଙ୍କ ପ୍ରୋଫାଇଲର ଗୁଇନ୍ଦା ସମୀକ୍ଷା କରାଯାଇଛି ।
More Stories
ବାଂଲାଦେଶକୁ ବତ୍ୟା ଆଶଙ୍କା, ଓଡିଶାରୁ ଟଳିଲା ବିପଦ
ମିଥ୍ୟା ଦୁଷ୍କର୍ମ ଅଭିଯୋଗରେ ଯୁବକଙ୍କୁ ନ୍ୟାୟ, ଏବେ ଜେଲ ଯିବେ ମହିଳା
ରତନ ଟାଟଙ୍କ ପରେ କିଏ ସମ୍ଭାଳିବ ସାମ୍ରାଯ୍ୟ, ଚାଲିଛି ଖୁବ୍ ଚର୍ଚ୍ଚା