ବର୍ଷାରେ ଭିଜୁଛି ସାରା ଓଡ଼ିଶା । ଆଜି ବି ୧୦ ଜିଲ୍ଲାକୁ ଅରେଞ୍ଜ ଓ ୯ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର । ଲଘୁଚାପ ପ୍ରଭାବରେ ବର୍ଷା ଲାଗି ରହିଛି । ନୂଆପଡା, ବଲାଙ୍ଗୀର, ଖୋର୍ଦ୍ଧା, କଟକ, ଅନୁଗୁଳ, ଢେଙ୍କନାଳ, ଦେବଗଡ, ନୟାଗଡ଼, ପୁରୀ ଏବଂ ଜଗତସିଂହପୁର ଜିଲ୍ଲା ପାଇଁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ଏହି ସବୁ ଜିଲ୍ଲାରେ ୭୦ରୁ ୨୦୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । ଘଣ୍ଟା ପ୍ରତି ୪୦ରୁ କିଲୋମିଟର ବେଗରେ ପବନ ବହିବ । ସେହିପରି ଯାଜପୁର, ଭଦ୍ରକ, କୋରାପୁଟ, ମାଲକାନଗିରି, ଗଞ୍ଜାମ, କେନ୍ଦ୍ରାପଡ଼ା, କେନ୍ଦୁଝର ସମ୍ବଲପୁର ଏବଂ ଝାରସୁଗୁଡା ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଭୁବନେଶ୍ବରର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ସତର୍କ କରିଛି ପାଣିପାଗ କେନ୍ଦ୍ର । ସେପଟେ ଶନିବାର ଠାରୁ ବର୍ଷା ପରିମାଣ କମିପାରେ ବୋଲି କହିଛି ପାଣିପାଗ ବିଭାଗ ।
More Stories
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ