The Topmost

“The eyes believe themselves, the ears believe other people.”

ଶୁଭ ମୁହୂର୍ତ୍ତରେ ହେଲା ରାମଲଲାଙ୍କ ପ୍ରାଣ ପ୍ରତିଷ୍ଠା

ସବୁ ଅପେକ୍ଷାର ଅବସାନ ଘଟିଛି । ଗର୍ଭଗୃହରେ ପ୍ରତିଷ୍ଠା ହୋଇଛନ୍ତି ଶ୍ରୀରାମ ଲଲା । ଶୁଭ ମୁହୂର୍ତ୍ତରେ ମନ୍ତ୍ରପାଠ ସହ ହୋଇଛି ପ୍ରଭୁଙ୍କ ପ୍ରତିଷ୍ଠା । ପ୍ରଧାନମନ୍ତ୍ରୀ ମୋଦୀଙ୍କ ଯଜମାନରେ ଏହା ସମ୍ପନ୍ନ ହୋଇଛି । ସୁନା ବେଶରେ ରାମଲଲାଙ୍କ ମନୋରମ ଛବି ମନ ମୋହୁଛି । ପ୍ରଥମେ ପବିତ୍ର ସରଯୁ ନଦୀରେ ସ୍ନାନ ତର୍ପଣ ପରେ ପୂର୍ବ ଦିଗରେ ମନ୍ଦିର ମଧ୍ୟକୁ ପ୍ରବେଶ କରିବା ପରେ ଅରମ୍ଭ ହୋଇଥିଲା ପ୍ରାଣ ପ୍ରତିଷ୍ଠା ରୀତିନୀତି । ଏହି ସମୟରେ ଆରଏସଏସ୍ ମୁଖ୍ୟ ମୋହନ ଭାଗବତଙ୍କ ସହ ଯୋଗୀ ଆଦିତ୍ୟନାଥ ଓ ଆନନ୍ଦି ବେନ୍ ମଧ୍ୟ ଗର୍ଭଗୃହରେ ଉପସ୍ଥିତ ଥିଲେ ।