ଶ୍ରାବଣରେ ସିଝୁଛି ଓଡ଼ିଶା । ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ । ସମୁଦ୍ରରୁ ସ୍ଥଳଭାଗକୁ ପ୍ରବାହିତ ହେଉଛି ଗରମ ପବନ । ସମୁଦ୍ରର ତାତି ସ୍ବାଭାବିକଠାରୁ ଅଧିକ ରହୁଥିବାରୁ ଏଭଳି ସ୍ଥିତି ଉପୁଜିଛି । ତେବେ ଆସନ୍ତାକାଲିଠୁ ରାଜ୍ୟରେ ପାଗ ବଦଳିପାରେ । ଘୂର୍ଣ୍ଣିବଳୟ ପ୍ରଭାବରେ ପ୍ରବଳ ବର୍ଷା ନେଇ ଦକ୍ଷିଣ ଓଡ଼ିଶାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ବର୍ତ୍ତମାନ ମୌସୁମୀର ନିମ୍ନ ଚାପରେଖା ରାଜସ୍ଥାନର ଗଙ୍ଗାନଗରରୁ ବାହାରି ବାଲେଶ୍ୱର ଦେଇ ଦକ୍ଷିଣ- ପୂର୍ବ ଦିଗରେ କେନ୍ଦ୍ରୀୟ ବଙ୍ଗୋପସାଗର ଯାଏଁ ଲମ୍ବିଛି । ଏହାସହ ଉତ୍ତର ଆନ୍ଧ୍ରପ୍ରଦେଶରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ । ମୌସୁମୀ ଶୀଘ୍ର ସ୍ୱାଭାବିକ ସ୍ଥିତିକୁ ଫେରିବ ବୋଲି ଭୁବନେଶ୍ବର ପାଣିପାଗ କେନ୍ଦ୍ର ଅନୁମାନ କରିଛି । ଚଳିତ ମୌସୁମୀ ଋତୁରେ ଜୁନ ୧ରୁ ଜୁଲାଇ ୪ ତାରିଖ ସୁଦ୍ଧା ୧୭୧.୭ ମିଲିମିଟର ବର୍ଷା ରେକର୍ଡ କରାଯାଇଛି । ଯାହା ସ୍ୱାଭାବିକ ଆକଳନ ୨୪୭.୪ ମିଲିମିଟର ତୁଳନାରେ ୩୧ ପ୍ରତିଶତ କମ୍ ।
More Stories
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ