The Topmost

“The eyes believe themselves, the ears believe other people.”

ସିବିଆଇରେ ହାଜରେ ହେବେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ

ଦିଲ୍ଲୀ ମଦ ନୀତି ଦୁର୍ନୀତି ମାମଲା । ଆଜି ସିବିଆଇରେ ହାଜରେ ହେବେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ । ମଦ ନୀତି ମାମଲାରେ କେଜ୍ରିଓ୍ବାଲଙ୍କୁ ଜେରା କରିବ ସିବିଆଇ । ଦିନ ୧୧ଟାରେ ସିବିଆଇରେ ହାଜର ହେବେ କେଜ୍ରିଓ୍ବାଲ । ଏଥିପାଇଁ ଦିଲ୍ଲୀ ସିବିଆଇ ମୁଖ୍ୟାଳୟ ନିକଟରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡି କରାଯାଇଛି । ମଦ ନୀତି ପରିବର୍ତ୍ତନ ନିଷ୍ପତ୍ତି, କିକବ୍ୟାକ ଆଦି ଅଭିଯୋଗ ସମ୍ପର୍କରେ ତଦନ୍ତକାରୀ ଦଳ କରିବ ଖୋଳତାଡ଼ । କୌଣସି ଏକ ମାମଲାରେ ଜଣେ ମୁଖ୍ୟମନ୍ତ୍ରୀଙ୍କୁ ସିବିଆଇ ସମନ କରିବା ନିକଟ ଇତିହାସରେ ପ୍ରଥମ ବୋଲି କୁହାଯାଉଛି । ସେପଟେ ହାଜର ପୂର୍ବରୁ କେନ୍ଦ୍ରୀୟ ସଂସ୍ଥା ସିବିଆଇ ଓ ଇଡି ଉପରେ ବର୍ଷିଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ । ସେପଟେ ସିବିଆଇ କହିଛି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟରେ ଯେପରି ବାଧା ସୃଷ୍ଟି ହେବ ନାହିଁ ସେଥିଲାଗି ରବିବାର ଜେରା ଲାଗି ନିର୍ଦ୍ଦେଶ ଦିଆଯାଇଛି ।