The Topmost

“The eyes believe themselves, the ears believe other people.”

Shower in the garden. Downpour, pouring rain in the summer

ସୃଷ୍ଟିହେଲା ଲଘୁଚାପ କ୍ଷେତ୍ର

ଦକ୍ଷିଣପୂର୍ବ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଆଣ୍ଡାମାନ ସାଗର ଅଞ୍ଚଳରେ ସୃଷ୍ଟିହେଲା ଲଘୁଚାପ କ୍ଷେତ୍ର । ଏହାର ପ୍ରଭାବରେ ୧୬ ତାରିଖ ବେଳକୁ ଆହୁରି ଘନୀଭୂତ ହୋଇ ଏକ ଅବପାତରେ ପରିଣତ ହେବା ସମ୍ଭାବନା ରହିଛି । ପ୍ରଭାବରେ କାଲିଠୁ ରାଜ୍ୟରେ ପାଗରେ ପରିବର୍ତ୍ତନ ସହ ୧୬ ତାରିଖରୁ ପ୍ରବଳ ବର୍ଷା ସମ୍ଭାବନା ରହିଛି  । ୧୬ ଓ ୧୭ ତାରିଖରେ ଦକ୍ଷିଣ ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର  । ୧୬ ତାରିଖରେ ଗଞ୍ଜାମ, ପୁରୀ, କଟକ, କେନ୍ଦ୍ରାପଡା, ଜଗତସିଂହପୁର ଏବଂ ଭଦ୍ରକକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ୧୭ରେ ପ୍ରବଳ ବର୍ଷା ସହ ଘଣ୍ଟାପ୍ରତି ୫୫ରୁ ୬୫ କିଲୋମିଟର ବେଗରେ ବହିବ ପବନ । ଏଥିପାଇଁ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, କେନ୍ଦୁଝର, ମୟୁରଭଞ୍ଜ, ଖୋର୍ଦ୍ଧା, ପୁରୀ ଏବଂ ଢେଙ୍କାନାଳକୁ ୟେଲୋ ଆଲର୍ଟ ଜାରି କରାଯାଇଛି  । ଏହିସବୁ ଜିଲ୍ଲା ଗୁଡ଼ିକରେ ୭୦ରୁ ୧୧୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ ।