ରାଜ୍ୟର ଜୟପୁର ସହରକୁ ଉଡିବ ପ୍ରଥମ ବିମାନ । ଅକ୍ଟୋବର ୩୧ ତାରିଖ ସୋମବାର ଠାରୁ ଭୁବନେଶ୍ୱରରୁ ଜୟପୁରକୁ ଉଡିବ ବମାନ । ଏନେଇ ବିମାନ ଚଳାଚଳ ସଂସ୍ଥା ଇଣ୍ଡିଆ ୱାନ ଏୟାର ପକ୍ଷରୁ ସୂଚନା ଦିଆଯାଇଛି । ପ୍ରଥମ ବିମାନ ଭୁବନେଶ୍ୱରରୁ ଜୟପୁର ଯିବାକୁ ଥିବା ବେଳେ ଟିକେଟ୍ ବୁକିଂ ଆରମ୍ଭ ହୋଇଯାଇଛି । ଯାତ୍ରୀଙ୍କ ପାଇଁ ଟିକେଟର ମୂଲ୍ୟ ୯୯୯ ଟଙ୍କା ରଖାଯାଇଛି । ଉଭୟ ଭୁବନେଶ୍ୱରରୁ ଜୟପୁର ଏବଂ ଜୟପୁରରୁ ଭୁବନେଶ୍ୱର ଯିବା ପାଇଁ ଟିକେଟର ମୂଲ୍ୟ ୯୯୯ ରଖାଯାଇଥିବା ଇଣ୍ଡିଆ ୱାନ ଏୟାର ପକ୍ଷରୁ ସୂଚନା ଦିଆଯାଇଛି । ଏହା ପୂର୍ବରୁ ଝାରସୁଗଡା ସହରକୁ ବିମାନ ସେବା ଆରମ୍ଭ ହୋଇଥିଲା ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା