ବରିଷ୍ଠ ବିଧାୟକ ତଥା ପୂର୍ବତନ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ଗତକାଲି ଦେହାନ୍ତ ଘଟିଛି । ୭୪ ବର୍ଷ ବୟସରେ ଘରୋଇ ହସପିଟାଲରେ ତାଙ୍କର ପରଲୋକ ହୋଇଛି । ଅନେକ ଦିନରୁ ଅସୁସ୍ଥ ହୋଇ ଚିକିତ୍ସିତ ହେଉଥିଲେ ସୂର୍ଯ୍ୟ । ଗତକାଲି ସନ୍ଧ୍ୟା ୭ଟା ୨୧ ମିନିଟରେ ତାଙ୍କର ଦେହାନ୍ତ ହୋଇଛି । ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ବର୍ଗତ ପାତ୍ରଙ୍କ ବାସଭବନକୁ ଯାଇ ଶେଷ ଦର୍ଶନ କରିବେ । ମରଶରୀରକୁ ଶଙ୍ଖ ଭବନକୁ ନିଆଯାଇ ସେଠାରେ ଶ୍ରଦ୍ଧାଞ୍ଜଳି ପ୍ରଦାନ କରାଯିବ । ବିଧାନସଭା ପରିସରରେ ଗାର୍ଡ ଅଫ ଅନର ପ୍ରଦାନ କରାଯିବ । ଏହାପରେ ଦିଗପହଣ୍ଡିରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହିତ ଶେଷକୃତ୍ୟ କରାଯିବ ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା