The Topmost

“The eyes believe themselves, the ears believe other people.”

୧୦ରୁ ମାଟ୍ରିକ ଦ୍ବିତୀୟ ସମେଟିଭ ଆସେସମେଣ୍ଟ

ଆସନ୍ତା ୧୦ରୁ ମାଟ୍ରିକ ପରୀକ୍ଷାର ଦ୍ବିତୀୟ ସମେଟିଭ ଆସେସମେଣ୍ଟ ଆରମ୍ଭ । ଯାହା ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ । ଏଥିରେ ହାଇସ୍କୁଲ, ରାଜ୍ୟ ମୁକ୍ତ ବିଦ୍ୟାଳୟ ଏବଂ ମଧ୍ୟମାରେ ୫ ଲକ୍ଷ ୪୧ ହଜାର ୨୪୭ ଜଣ ଛାତ୍ରଛାତ୍ରୀ ୩ ହଜାର ୨୧୮ଟି କେନ୍ଦ୍ରରେ ପରୀକ୍ଷା ଦେବେ । ଏଥିପାଇଁ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା । ତ୍ରୁଟିଶୁନ୍ୟ ଭାବେ ପରୀକ୍ଷା ପରିଚାଳନା କରିବା ଉପରେ ଗୁରୁତ୍ବ ଦିଆଯାଇଛି । ପରୀକ୍ଷା ହଲକୁ ଯାଉଥିବା ଛାତ୍ରଛାତ୍ରୀ ଏବଂ ପରୀକ୍ଷା ପରିଚାଳନା ସହ ସମ୍ପୃକ୍ତ ବ୍ୟକ୍ତିଙ୍କୁ ଭଲ ଭାବେ ଯାଞ୍ଚ କରି କେନ୍ଦ୍ରକୁ ଛାଡିବାକୁ ନିର୍ଦ୍ଦେଶ ଦିଆଯାଇଛି । ପ୍ରଶ୍ନ ଓ ଉତ୍ତରଖାତା ରହୁଥିବା ଷ୍ଟ୍ରଙ୍ଗରୁମ୍ରେ ୨୪ ଘଣ୍ଟିଆ ସୁରକ୍ଷା ବ୍ୟବସ୍ଥା କରିବା ପାଇଁ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦିଆଯାଇଛି ।