ଆଜିଠୁ ସାରା ରାଜ୍ୟରେ ପ୍ରବଳ ବର୍ଷା । ପଶ୍ଚିମାଝଡ଼ ପ୍ରଭାବରେ କାଲିଠୁ ପାଗ ମେଘୁଆ ରହିଛି । ତେବେ ଆଜିଠୁ ବର୍ଷା ହେବାନେଇ ସତର୍କ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଉତ୍ତର ଉପକୂଳ ରାଜ୍ୟରେ ଘଡଘଡି ବିଜୁଳି ସହିତ ବର୍ଷା ହେବ । ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର ୧୨ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ବର୍ଷା ସହିତ ଘଣ୍ଟାପ୍ରତି ୪୦ ରୁ ୫୦ କି.ମି ବେଗରେ ପବନ ବହିବ । ଆସନ୍ତାକାଲି ପଶ୍ଚିମାଝଡ଼ ସର୍ବାଧିକ ରହିବ । ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ନେଇ ବିଭିନ୍ନ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଗାଙ୍ଗେୟ ପଶ୍ଚିମବଙ୍ଗ ତଥା ହିମାଳୟ ପାଦଦେଶରୁ ଦକ୍ଷିଣ ଓଡ଼ିଶା ଯାଏଁ ଲମ୍ବିଛି ନିମ୍ନଚାପ ରେଖା । ଆଗକୁ ଏହା ଓଡ଼ିଶାର ଆହୁରି ନିକଟତର ହେବ । ଫଳରେ ପଶ୍ଚିମାଝଡ ଅଧିକ ଅନଭୂତ ହେବ ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା