The Topmost

“The eyes believe themselves, the ears believe other people.”

୩୦ ପରେ ରାଜ୍ୟରେ ବଢିବ ବର୍ଷା

ରାଜ୍ୟରେ ଦକ୍ଷିଣ ଛତିଶଗଡ଼ ଅଞ୍ଚଳରେ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ଜାରି ରହିଛି ବର୍ଷା । ଏହାର ପ୍ରଭାବରେ ଅଧିକାଂଶ ଅଞ୍ଚଳରେ ପାଗ ମେଘୁଆ ରହିବା ସହିତ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେଉଛି । ତେବେ ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଏହିଭଳି ବର୍ଷା ଜାରି ରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବିଶେଷକରି ଉତ୍ତର ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷାର ପ୍ରଭାବ ସାମାନ୍ୟ ଅଧିକ ରହିବ । ୩୦ ତାରିଖ ପରେ ବଙ୍ଗୋପସାଗରରେ ଏକ ଟ୍ରପଲାଇନ ସୃଷ୍ଟି ହୋଇପାରେ । ଏହା ସହିତ ଘୂର୍ଣ୍ଣିବଳୟ ଓ ସକ୍ରିୟ ମୌସୁମୀ ବର୍ଷା ପରିମାଣ ବଢାଇବ ।

SHARE BY