ଭାରତର ଦ୍ରୁତତମ ଧାବିକା ଦୂତି ଚାନ୍ଦଙ୍କୁ ବଡ଼ ଝଟକା । ଡୋପ୍ ଟେଷ୍ଟରେ ବିଫଳ ହୋଇଛନ୍ତି ଦୂତି ଚାନ୍ଦ । ଫଳରେ ୪ ବର୍ଷ ପାଇଁ ସେ ବାସନ୍ଦ ହୋଇଛନ୍ତି । ଗତ ଜାନୁଆରୀ ୩ ତାରିଖରୁ ପିଛିଲା ଭାବେ ଏହି ବାସନ୍ଦ ଅବଧି ଲାଗୁ ହେବ । ଏହି ତାରିଖଠୁ ବର୍ତ୍ତମାନ ମଧ୍ୟରେ ଦୂତି ଯେଉଁ ଇଭେଣ୍ଟ ଗୁଡ଼ିକରେ ଅଂଶଗ୍ରହଣ କରିଥିବେ, ତାହାର ପ୍ରଦର୍ଶନ ଗୁଡ଼ିକୁ ଅଯୋଗ୍ୟ ଘୋଷଣା କରାଯିବ ବୋଲି କହିଛି ଆଣ୍ଟି ଡୋପିଂ ଡିସିପ୍ଲିନାରି ପ୍ୟାନେଲ । ଏହି ଦଣ୍ଡ ବିରୋଧରେ ଆଣ୍ଟି ଡୋପିଂ ଅପିଲ୍ ପ୍ୟାନେଲ୍ ଆଗରେ ନିଜର ପକ୍ଷ ରଖିବାକୁ ଦୂତିଙ୍କୁ ୨୧ ଦିନ ସମୟ ଦିଆଯାଇଛି । ଏଡିଡିପି ଆଗରେ ଶୁଣାଣି ସମୟରେ ଯଦିଓ ଦୂତି ନିଷିଧ ଔଷଧ ସେବନକୁ ଅସ୍ବୀକାର କରିଥିଲେ ତଥାପି ନିଜକୁ ନିର୍ଦ୍ଦୋଷ ପ୍ରମାଣିତ କରି ପାରିନଥିଲେ । ଦୂତି ଜାତୀୟ ଆଣ୍ଟି ଡୋପିଂ ଏଜେନ୍ସିର ଧାରା ୨.୧, ୨.୨କୁ ଉଲ୍ଲଂଘନ କରିଥିବା ଅଭିଯୋଗରେ ତାଙ୍କୁ ୪ ବର୍ଷ ବାସନ୍ଦ କରାଯାଇଛି ।
More Stories
IPL 2025, 2026 ଏବଂ 2027 ପାଇଁ ତାରିଖ ଘୋଷଣା କଲା ବିସିସିଆଇ
ଜାଣନ୍ତୁ ଟପ୍ 30 IPL 2025 ଖେଳାଳିଙ୍କ ତାଲିକା, ଦଳ ଓ ଦାମ୍
IPL 2025 ରେ କଣ ରହିଛି ମୁମ୍ବାଇ ଇଣ୍ଡିଆନ୍ସ ର ଟାର୍ଗେଟ୍