ରାଜ୍ୟରେ ଉପର ମୁହାଁ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୧୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୦୦ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୨୧୨ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୫୯ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨, ୯୨, ୯୨୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨, ୯୨, ୯୨୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୭୯୫ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୮୦୯୫୪ଜଣ ସୁସ୍ଥ ହୋଇଛନ୍ତି ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା