ଅଗ୍ନିଶମବାହିନୀକୁ ଅଧିକ ଦକ୍ଷ ଓ କ୍ରିୟାଶୀଳ କରାଯିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବାରୋପ କରିଛନ୍ତି । ବିଭିନ୍ନ ବିପର୍ଯ୍ୟୟ ବିଶେଷକରି ଅଗ୍ନି ଦୁର୍ଘଟଣା ସମୟରେ ଲୋକଙ୍କ ଉଦ୍ଧାର କାର୍ଯ୍ୟ ଯେପରି ତ୍ବରାନ୍ବିତ ଭାବରେ କରାଯାଇପାରିବ, ତାକୁ ଦୃଷ୍ଟିରେ ରଖି ୧୪୪ ସଦସ୍ୟ ବିଶିଷ୍ଟ ଏକ ଷ୍ଟ୍ରାଇକିଂ ଫାୟାର ଫୋର୍ସଗଠନ କରାଯିବ । ଏ ସଂପର୍କରେ ଆଜି ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଏକ ଉପସ୍ଥାପନା କରାଯାଇ ପ୍ରସ୍ତାବ ଉପରେ ବିସ୍ତୃତ ଆଲୋଚନା କରାଯିବା ପରେ ପ୍ରସ୍ତାବଟି ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ଲାଭ କରିଛି । ନିଷ୍ପତ୍ତି ଅନୁଯାୟୀ ରାଜ୍ୟର କଟକ, ସମ୍ବଲପୁର ଓ ବ୍ରହ୍ମପୁରରେ ଥିବା ୩ଟି ଜୋନ୍ରେ ଏହି ଷ୍ଟ୍ରାଇକିଂ ଫାୟାର ଫୋର୍ସର ୩ଟି ରେଞ୍ଜ ହେଡକ୍ବାର୍ଟର ରହିବ । ପ୍ରତ୍ୟେକ ରେଞ୍ଜ ହେଡକ୍ବାର୍ଟର ପାଇଁ ୪୮ଟି ପଦବୀ ସୃଷ୍ଟି କରାଯାଇ ସମୁଦାୟ ୧୪୪ଟି ପଦବି ସୃଷ୍ଟି ହେବ । ଏଥିରେ ଆସିଷ୍ଟାଣ୍ଟ ଫାୟାର ଅଫିସର, ଷ୍ଟେସନ ଅଫିସର, ଆସିଷ୍ଟାଣ୍ଟ ଷ୍ଟେସନ ଅଫିସର, ହାବିଲଦାର ମେଜର, ଡ୍ରାଇଭର ହାବିଲଦାର, ହାବିଲଦାର ମେକାନିକ୍, ଲିଡିଂ ଫାୟାରମ୍ୟାନ, ଫାୟାରମ୍ୟାନ ଡ୍ରାଇଭର ଓ ଫାୟାରମ୍ୟାନ ଆଦି ପଦବି ରହିବ ।
“The eyes believe themselves, the ears believe other people.”
More Stories
ରାଜ୍ୟରେ ପୁଣି ଲଜ୍ଜା, ଗଣ ଦୁଷ୍କର୍ମ ସହ ହତ୍ୟା ଆରୋପ
ଏଥର ଏସସିବିରେ ଉପଲବ୍ଧ ଏମ୍ଏନ୍ସିୟୁ ସୁବିଧା, ମା ସହ ଚିକିତ୍ସା ପାଇବେ ଶିଶୁ
ଓଡ଼ିଶାରେ ସୃଷ୍ଟି ହେଲେ ୧୦ ଲକ୍ଷରୁ ଅଧିକ ଲକ୍ଷପତି ଦିଦି