ଅର୍ଥ ହେରଫେର ମାମଲାକୁ ନେଇ ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ପାଇଁ ଅଡୁଆ ବଢିଛି । ଏନେଇ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ପକ୍ଷରୁ ତାଙ୍କୁ ନୋଟିସ ଜାରି କରାଯାଇଛି । ଏହି ନୋଟିସରେ ତାଙ୍କୁ ଅଗଷ୍ଟ ୧୪ ତାରିଖ ଦିନ ଇଡି କାର୍ଯ୍ୟାଳୟରେ ହାଜର ହେବାକୁ ନିର୍ଦ୍ଦେଶ ଦିଆଯାଇଛି । ଇଡି ଅଭିଯୋଗ କରିଛି କି ଜମି ଦୁର୍ନୀତି ମାମଲାରେ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ସମେତ ତାଙ୍କର ପରିବାର ଲୋକଙ୍କର ହାତ ରହିଛି । ଏହି ମାମଲାରେ ଏପର୍ଯ୍ୟନ୍ତ ୧୩ ଜଣଙ୍କୁ ଗିରଫ କରାଯାଇଛି । ସମାନ ମାମଲାରେ ଇଡି ହେମନ୍ତ ସୋରେନଙ୍କୁ ନଭେମ୍ବର ୧୮ ତାରିଖରେ ପାଖାପାଖି ୧୦ ଘଣ୍ଟା ଜେରା କରିଥିଲା । ଏହି ଜେରା ପରେ ହେମନ୍ତ ସୋରେନ ଇଡିଙ୍କୁ ଏକ ଖୋଲାଚିଠି ଲେଖିଥିଲେ । ପୁଣି ସମାନ ମାମଲାରେ ଇଡି ତାଙ୍କୁ ନୋଟିସ କରିବା ପରେ ଅଡୁଆରେ ପଡିଛନ୍ତି ହେମନ୍ତ ସୋରେନ ।
More Stories
ପିଏମ୍ ସ୍ୱନିଧି ଯୋଜନାରେ ବଡ ପରିବର୍ତ୍ତନ
ପିଲାଙ୍କ ଠାରେ ଏପରି ସମସ୍ୟା ଦେଖିଲେ ହୁଅନ୍ତୁ ସାବଧାନ
ବାର୍ଷିକ ଫାସଟ୍ୟାଗ୍ ପାସ୍ ଲାଗୁ ହେବ- ଗଡକରୀ