ନିର୍ଦ୍ଧାରିତ ସମୟ ପୂର୍ବରୁ ସରିଲା ଶୀତକାଳୀନ ଅଧିବେଶନ । ଅନିର୍ଦ୍ଧିଷ୍ଟ କାଳ ପାଇଁ ଗୃହକୁ ମୁଲତବି ଘୋଷଣା କଲେ ବାଚସ୍ପତି । ମାତ୍ର ୮ ଦିନ ଚାଲିପାରିଲା ବିଧାନସଭା ଶୀତକାଳୀନ ଅଧିବେଶନ । ଶୀତକାଳୀନ ଅଧିବେଶନ ବନ୍ଦ କରିବାକୁ ପ୍ରସ୍ତାବ ଦେଇଥିଲେ ସରକାରୀ ଦଳ ମୁଖ୍ୟ ସଚେତକ । ଏହାକୁ ସମର୍ଥନ ଜଣାଇଥିଲେ ଶାସକ ଦଳ ବିଧାୟକ । ପରେ ସରକାରୀ ଦଳ ମୁଖ୍ୟ ସଚେତକଙ୍କ ପ୍ରସ୍ତାବକୁ ଗୃହୀତ କରିଛନ୍ତି ବାଚସ୍ପତି । ଶୀତ ଅଧିବେଶନର ଶେଷ କାର୍ଯ୍ୟ ଦିବସରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଧିବେଶନରେ ସମସ୍ତଙ୍କ ସହଯୋଗ ପାଇଁ ଧନ୍ୟବାଦ ଦେଇଥିଲେ ।
More Stories
ଡାକ୍ତରଙ୍କ ମନମୁଖି ଓପିଡି ବନ୍ଦ ଘୋଷଣା
ନବଜାତକଙ୍କ ପାଇଁ ସରକାରୀ ଟୀକା କେତେ ଜରୁରୀ
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍