ରତ୍ନ ସିଂହାସନ ଛାଡ଼ି ଶରଧାବାଲିରେ କାଳିଆ ସାଆନ୍ତ । ଶ୍ରୀଗୁଣ୍ଡିଚା ମନ୍ଦିର ଆଗରେ ତିନି ରଥ । ରଥ ଉପରେ ଦର୍ଶନ ନେଉଛନ୍ତି ଶ୍ରୀଜିଉ । ଆଜି ରଥାରୁଢ ଚତୁର୍ଦ୍ଧା ମୂରତିଙ୍କର ହେବ ଆଡ଼ପ ମଣ୍ଡପ ବିଜେ ନୀତି । ରଥ ଉପରେ ମହାପ୍ରଭୁଙ୍କ ଦୈନନ୍ଦିନ ନୀତିକାନ୍ତି ଅନୁଷ୍ଠିତ ହୋଇ ଅପରାହ୍ମରେ ଆଡ଼ପ ମଣ୍ଡପ ବିଜେ ନୀତି ସମ୍ପାଦନ କରିବେ ସେବାୟତ । ଗୋଟି ପହଣ୍ଡିରେ ଆଡ଼ପ ମଣ୍ଡପକୁ ବିଜେ କରିବେ ଶ୍ରୀଜିଉ । ଆଡ଼ପମଣ୍ଡପ ବିଜେ କରି ଜନ୍ମବେଦୀରେ ତିନି ଠାକୁର କରିବେ ଲୀଳାଖେଳା । ଶ୍ରୀଗୁଣ୍ଡିଚା ଦିନ ପ୍ରଭୁ ବଳଭଦ୍ରଙ୍କ ରଥ ଶରଧାବାଲିରେ ଲାଗିସାରିଥିବାବେଳେ ଗତକାଲି ଦେବୀ ସୁଭଦ୍ରା ଓ ମହାପ୍ରଭୁ ଜଗନ୍ନାଥଙ୍କ ରଥକୁ ଶରଧାବାଲିକୁ ଟାଣି ଆଣିଥିଲେ ଲକ୍ଷଲକ୍ଷ ଶ୍ରଦ୍ଧାଳୁ । ରଥାରୂଢ କାଳିଆକୁ ଦେଖି ଛଳଛଳ ଭକତ ଆଖି । ଚକାଆଖି ସହ ଆଖି ମିଳାଇ କିଏ କାନ୍ଦି ପକାଉଛି ତ ଆଉ କିଏ ଅଭିମାନ କରୁଛି। ବିଶ୍ବନିୟନ୍ତାଙ୍କ ଦିବ୍ୟ ଦର୍ଶନ କରି ହୃଦୟର ବେଦନା ଜଣାଇଛନ୍ତି ଶ୍ରଦ୍ଧାଳୁ।ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ମନ୍ଦିର ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା