ଅବପାତର ରୂପ ନେଲା ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ । ଏହା ବର୍ତ୍ତମାନ ପାରାଦୀପ ଠାରୁ ଦକ୍ଷିଣରେ ୬୧୦ କିମ ଦୂରରେ କେନ୍ଦ୍ରୀଭୂତ ହୋଇଛି । ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହୋଇ ଗଭୀର ଅବପାତର ରୂପନେବା ସମ୍ଭାବନା ରହିଛି । ଆଜି ମଧ୍ୟାହ୍ନ ଠାରୁ ଗତିପଥ ପରିବର୍ତ୍ତନ କରି ଉତ୍ତର-ଉତ୍ତରପୂର୍ବ ଦିଗରେ ବାଂଲାଦେଶ-ପଶ୍ଚିମବଙ୍ଗ ଉପକୂଳ ମୂହାଁ ହେବା ସମ୍ଭାବନା । ଅବପାତଟି ଗଭୀର ଅବପାତରେ ପରିଣତ ହୋଇ ବାତ୍ୟାର ରୂପ ନେଇପାରେ ବୋଲି କହିଛନ୍ତି ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ । ତେବେ ଓଡ଼ିଶାରେ ଏହା ବିଶେଷ ପ୍ରଭାବ ପକାଇବ ନାହିଁ । ଅର୍ଥାତ୍ ରାଜ୍ୟରେ ବଡ଼ ବର୍ଷା କିମ୍ବା ପବନ ସମ୍ଭାବନା କମ୍ । ତଥାପି ଲଘୁଚାପ ଯୋଗୁଁ ଉପକୂଳ ଓଡ଼ିଶାରେ ଏହାର ପ୍ରଭାବ କିଛି ମାତ୍ରାରେ ପଡ଼ିପାରେ । ନବମୀ ଓ ଦଶମୀରେ ଉପକୂଳ ଓଡ଼ିଶାରେ ହାଲୁକାରୁ ମଧ୍ୟମ ବର୍ଷା ହୋଇପାରେ । ୨୪ ଓ ୨୫ ତାରିଖରେ ବର୍ଷାର ବିସ୍ତୁତି ସାମାନ୍ୟ ବଢ଼ିବ । ତେବେ ସମୁଦ୍ର ଅଶାନ୍ତ ରହିବ ।
“The eyes believe themselves, the ears believe other people.”
More Stories
ଆଉ ହେବନି ବାଟମାରଣା, ଖଣି ଜଗିବେ ଓଆଇଏସ୍ଏଫ୍ ଜବାନ୍
କିଟ୍ ଛାତ୍ରୀ ଆତ୍ମହତ୍ୟା ମାମଲା, ବଡ ଅଡୁଆକୁ ଛୋଟ ସମାଧାନ
୧.୯୩ ଲକ୍ଷ ପରୀକ୍ଷାର୍ଥୀଙ୍କର ଆରମ୍ଭ ହେଲା ଯୁକ୍ତ୨ ପରୀକ୍ଷା