ବଙ୍ଗୋପସାଗରରେ ଅବପାତର ରୂପ ନେଲା ଲଘୁଚାପ । ଆସନ୍ତାକାଲି ଏହା ବାତ୍ୟାରେ ପରିଣତ ହେବାର ସମ୍ଭାବନା ରହିଛି । ୪ ତାରିଖ ବେଳକୁ ଏହା ଦକ୍ଷିଣ ଆନ୍ଧ୍ରପ୍ରଦେଶ ଓ ସଂଲଗ୍ନ ଉତ୍ତର ତାମିଲନାଡୁ ଉପକୂଳରେ ପହଞ୍ଚିବ । ଏହା ପରେ ଉତ୍ତର ପଶ୍ଚିମ ଦିଗରେ ଗତି କରି ୫ ତାରିଖ ପୂର୍ବାହ୍ନରେ ଆନ୍ଧ୍ର ଉପକୂଳରେ ପହଞ୍ଚିବ। ଏହାପରେ ଆନ୍ଧ୍ର ନେରୋଲ ଓ ମଛଲିପଟନମ୍ ଅତିକ୍ରମ କରିବା ସମ୍ଭାବନା ରହିଛି । ସୂଚନା ଅନୁସାରେ, ଗତ ୬ ଘଣ୍ଟା ହେଲା ଏହା ୯ କିଲୋମିଟର ବେଗରେ ଗତି କରୁଛି । ତେବେ ବାତ୍ୟା ପ୍ରଭାବରେ ରାଜ୍ୟର କିଛି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା