ଅମର ରହିବେ ପୂର୍ବତନ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର । ଶେଷ ଇଚ୍ଛା ଓ ପରିବାର ଲୋକଙ୍କ ସହମତିରେ ସୂର୍ଯ୍ୟ ପାତ୍ରଙ୍କ ଚକ୍ଷୁ ଦାନ କରାଯାଇଛି । ତାଙ୍କ ଆଖିରେ ଦୁନିଆ ଦେଖିପାରିବେ ଆଉ ଜଣେ ବ୍ୟକ୍ତି । ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ବିୟୋଗ ପରେ ଏକ ଡାକ୍ତରୀ ଟିମ୍ ତାଙ୍କ ଚକ୍ଷୁକୁ ମାତ୍ର ୧୦ ମିନିଟ୍ ଭିତରେ ସୁରକ୍ଷିତ ଭାବେ ବାହାର କରିଥିଲେ । ଏହାପରେ ଚକ୍ଷୁର ମାନ ପରୀକ୍ଷା ସହ ରକ୍ତ ନମୂନା ପରୀକ୍ଷା କରାଯାଇ ଚକ୍ଷୁ ପ୍ରତିରୋପଣ କରାଯିବ । ଗତକାଲି ଘରୋଇ ହସ୍ପିଟାଲରେ ପୂର୍ବତନ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ପରଲୋକ ଘଟିଥିଲା । ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ବୟସ ହୋଇଥିଲା । ଗଞ୍ଜାମ ଦିଗପହଣ୍ଡିର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ଓଡ଼ିଶା ବିଧାନସଭାର ବାଚସ୍ପତି ଭାବେ ସେ କାର୍ଯ୍ୟ ତୁଲାଇଛନ୍ତି ।
“The eyes believe themselves, the ears believe other people.”
More Stories
କେବେ ଥମିବ ଅପରାଧ, ୩ ବର୍ଷରେ ୮୧୯ ଦୁଷ୍କର୍ମ
ଓଡିଶା ସୀମାକୁ ଘେରିଛନ୍ତି 2000 ନକ୍ସଲ୍
ରାସନ୍ କାର୍ଡ ପାଇଁ ପୁଣି ଥରେ ଭରିବାକୁ ପଡିବ ଆପ୍ଲିକେସନ୍