ଭୁବନେଶ୍ବରର ଚର୍ଚ୍ଚିତ ବ୍ଲାକମେଲର ଅର୍ଚ୍ଚନା ନାଗଙ୍କୁ ହାଇକୋର୍ଟରୁ ସର୍ତ୍ତମୂଳକ ଜାମିନ ମିଳିଛି । ବ୍ଲାକମେଲିଂ ମାମଲାରେ ଅର୍ଚ୍ଚନାଙ୍କୁ ହାଇକୋର୍ଟ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି। ନୟାପଲ୍ଲୀ ଥାନାରେ ଅର୍ଚ୍ଚନାଙ୍କ ନାଁରେ ବ୍ଲାକମେଲିଂ ଅଭିଯୋଗ ହୋଇଥିଲା। ଅର୍ଚ୍ଚନାଙ୍କ ନାଁରେ ଚଳଚ୍ଚିତ୍ର ପ୍ରଯୋଜକ ଅକ୍ଷୟ ପରିଜା ବ୍ଲାକମେଲିଂ ଅଭିଯୋଗ ଆଣିଥିଲେ। ପୋଲିସ ଏହି ମାମଲାରେ ଅର୍ଚ୍ଚନା ନାଗଙ୍କୁ ଗିରଫ କରିଥିଲା । ସୂଚନାଯୋଗ୍ୟ ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗ ଏବେ ଝାରପଡ଼ା ଜେଲରେ ଅଛନ୍ତି । ତାଙ୍କ ବିରୋଧରେ ଆଉ ଦୁଇଟି ମାମଲା ରହିଥିବାରୁ ସେ ଜେଲ୍ରୁ ବାହାରିପାରିବେ ନାହିଁ । ମାମଲାର ମୁଖ୍ୟ ସୂତ୍ରଧର ଶ୍ରଦ୍ଧାଞ୍ଚଳି ବେହେରା କରିଥିବା ଏତଲା ଆଧାରରେ ଖଣ୍ଡଗିରି ଥାନାରେ ହୋଇଥିବା ମାମଲା ଓ ଇଡି ପକ୍ଷରୁ ଚାଲିଥିବା ତଦନ୍ତ ମାମଲା ଏବେ ବି କୋର୍ଟରେ ବିଚାରାଧୀନ ରହିଛି ।
More Stories
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ