ବିରଳ ପ୍ରଜାତିର କଇଁଛ ଅଲିଭ୍-ରିଡ୍ଲେଙ୍କ ଆଗମନ ପାଇଁ ଧାମରାରୁ ଦେବୀ ମୁହାଣ ଓ ଗହୀରମଥାରେ ମାଛଧରା ଉପରେ କଟକଣା ଜାରି କରାଯାଇଛି । ଆଜିଠୁ ମେ ୩୧ ତାରିଖ ପର୍ଯ୍ୟନ୍ତ ସମୁଦ୍ରରେ ମାଛଧରା ଓ ଟ୍ରଲର ଚଳାଚଳ ଉପରେ କଟକଣା । ଅଲିଭ୍-ରିଡେଲଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ମେ ୩୧ ପର୍ଯ୍ୟନ୍ତ ଦୀର୍ଘ ୭ ମାସ ଧରି ମାଛଧରା ବୋଟ୍ ଓ ଟ୍ରଲର୍ ଚଳାଚଳ ଉପରେ ସଂପୂର୍ଣ୍ଣ କଟକଣା ଜାରି କରାଯାଇଛି । ୧୪୩୭ ବର୍ଗ କିଲୋମିଟର ପରିମିତ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ଏବଂ ଧାମରା ମୁହାଣରୁ ଦେବୀ ମୁହାଣ ୧୬୦ କିଲୋମିଟର ପର୍ଯ୍ୟନ୍ତ ଅଞ୍ଚଳରେ ମାଛଧରା ବୋଟ୍ ଓ ଟ୍ରଲର ଚଳାଚଳ କରିବ ନାହିଁ । ନିୟମ ଉଲ୍ଲଂଘନ କଲେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ବିରଳ ଅଲିଭ ରିଡଲେ କଇଁଛଙ୍କ ପାଇଁ ବାବୁବାଲି ଓ ଅଗରନାସିରେ ଦୁଇଟି ଅଫିସ ଓ ୧୪ଟି ସ୍ଥାନରେ କଇଁଛ ସୁରକ୍ଷା ଶିବିର ସ୍ଥାପନ କରାଯିବ । ବିରଳ କଇଁଛଙ୍କୁ ସୁରକ୍ଷା ଦେବା ପାଇଁ ବନ ବିଭାଗ ସମେତ କୋଷ୍ଟଗାର୍ଡ, ମେରାଇନ୍ ପୋଲିସ, ମତ୍ସ୍ୟ ବିଭାଗ ମିଳିତ ଭାବେ ପାଟ୍ରୋଲିଂ କରିବେ ବୋଲି ଡିଏପଓ ସୁଦର୍ଶନ ଗୋପୀନାଥ ଯାଦବ ସୂଚନା ଦେଇଛନ୍ତି ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା