ପାଞ୍ଚ ଦିନିଆ ଅଷ୍ଟ୍ରେଲିଆ ଗସ୍ତରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଅଗଷ୍ଟ ୨୪ ପର୍ଯ୍ୟନ୍ତ ଅଷ୍ଟ୍ରେଲିଆର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ ଧର୍ମେନ୍ଦ୍ର । ତେବେ ଏହି ଗସ୍ତରେ କେନ୍ଦ୍ରମନ୍ତ୍ରୀଙ୍କ ସହ ଶିକ୍ଷା ଓ ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରଣାଳୟର ବରିଷ୍ଠ ଅଧିକାରୀମାନେ ଯାଇଛନ୍ତି । ଆଜି ସିଡନୀରେ ପହଞ୍ଚିବା ପରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରଥମେ ପ୍ରବାସୀ ଭାରତୀୟଙ୍କୁ ଭେଟିବେ । ପରବର୍ତ୍ତୀ ପର୍ଯ୍ୟାୟରେ ୱେଷ୍ଟର୍ଣ୍ଣ ସିଡନୀ ବିଶ୍ୱବିଦ୍ୟାଳୟକୁ ଗସ୍ତ କରିବା ସହ ଶିକ୍ଷାନୁଷ୍ଠାନର ଛାତ୍ରଛାତ୍ରୀଙ୍କ ସହ ଆଲୋଚନା କରିବେ । ଅଷ୍ଟ୍ରେଲିଆର ନବନିଯୁକ୍ତ ଶିକ୍ଷା ମନ୍ତ୍ରୀ ଜେସନ କ୍ଲେରଙ୍କ ସହ ଭାରତ- ଅଷ୍ଟ୍ରେଲିଆ ଦ୍ୱିପାକ୍ଷିକ ବୈଠକରେ ଯୋଗଦେବେ ଧର୍ମେନ୍ଦ୍ର ପ୍ରଧାନ । ଅଷ୍ଟ୍ରେଲିଆ-ଭାରତ ଶିକ୍ଷା ପରିଷଦର ଷଷ୍ଠ ବୈଠକରେ ଯୋଗଦେଇ ଭାରତର ଜାତୀୟ ଶିକ୍ଷା ନୀତିର କ୍ରିୟାନ୍ୱୟନ ନେଇ ମତ ପ୍ରକାଶ କରିବେ ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା