The Topmost

“The eyes believe themselves, the ears believe other people.”

ଆଉ କିଛି ସମୟ ପରେ ଭାରତର ସୂର୍ଯ୍ୟ ମିଶନ

ଆରମ୍ଭ ହେଲା କାଉଣ୍ଟଡାଉନ । ଆଉ କିଛି ସମୟ ପରେ ଭାରତର ସୂର୍ଯ୍ୟ ମିଶନ । ଆଜି ଦିନ ୧୧ଟା ୫୦ରେ ଲଞ୍ଚ ହେବ ଆଦିତ୍ୟ-L1 । ଆନ୍ଧ୍ରପ୍ରଦେଶ ଶ୍ରୀହରିକୋଟାର ଦ୍ବିତୀୟ ଲଞ୍ଚ ପ୍ୟାଡରୁ ଏହି ସ୍ପେସକ୍ରାଫ୍ଟ ଉତକ୍ଷେପଣ କରାଯିବ । ଇସ୍ରୋ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ରକେଟ ଓ ସାଟେଲାଇଟ ପ୍ରସ୍ତୁତ ଅଛନ୍ତି । ରିହରସାଲ ବି ଶେଷ ହୋଇଛି । ଭାରତର ପ୍ରଥମ ସୂର୍ଯ୍ୟ ମିଶନ ଲାଗି ସାରା ଦେଶବାସୀ କରିଛନ୍ତି ପ୍ରତୀକ୍ଷା । PSLV-C57 ଜରିଆରେ ଉତକ୍ଷେପଣ ହେବ ଆଦିତ୍ୟ ଏଲ-ଓ୍ବାନ୍‌ । ଇସ୍ରୋର ପ୍ରଥମ ମହାକାଶଭିତ୍ତିକ ସୋଲାର ଅଭଜର୍ଭଟୋରୀ ଆଦିତ୍ୟ ଏଲ-ଓ୍ବାନ୍‌ର ସଫଳତା ଉପରେ ରହିଛି ସମସ୍ତଙ୍କ ନଜର । ସୂର୍ଯ୍ୟ ଓ ପୃଥିବୀ ଅନ୍ତର୍ଗତ ଲାଗରେଞ୍ଜ ପଏଣ୍ଟ ୧ରେ ଏକ କକ୍ଷ ପଥରେ ସ୍ପେସକ୍ରାଫ୍ଟକୁ ମୁତୟନ କରାଯିବ । ପୃଥିବୀଠାରୁ ପ୍ରାୟ ୧୫ ଲକ୍ଷ କିଲୋମିଟର ଦୂରରେ ଅବସ୍ଥିତ ସୂର୍ଯ୍ୟ । ସୌରମଣ୍ଡଳରେ ଚାଲିଥିବା ବିଭିନ୍ନ ଆକ୍ଟିଭିଟି ସମ୍ପର୍କରେ ଗବେଷଣା କରିବ ଆଦିତ୍ୟ ଏଲ-୧। ଆଦିତ୍ୟ ଏଲ-୧ରେ ପଠାଯିବ ସାତଟି ପେ-ଲୋଡ । ଏଥି୍ରୁ ୪ଟି ପେଲୋଡ ସୂର୍ଯ୍ୟଙ୍କୁ ସିଧାସଳଖ ପର୍ଯ୍ୟବେକ୍ଷଣ କରିବେ । ଅନ୍ୟ ତିନିଟି ପେଲୋଡ ଏଲ୧ ପଏଣ୍ଟରେ ବିଭିନ୍ନ କଣିକାର ଗବେଷଣା କରିବେ । ଏହା ସହ କରୋନାଲ ମାସ୍ ଇଜେକ୍ସନ ସମ୍ପର୍କରେ ତଥ୍ୟ ଯୋଗାଡ କରାଯାଇପାରିବ ।