- ଆଜିଠାରୁ ଉପାନ୍ତବାସୀଙ୍କୁ ମିଳିବ ବିମାନ ସେବା । ଆକାଶ ମାର୍ଗରେ ରାଜଧାନୀ ସହ ଯୋଡ଼ି ହେବ ଜୟପୁର । ରାଜ୍ୟ ସରକାରଙ୍କ ଦ୍ବାରା ପରିଚାଳିତ ପ୍ରଥମ ବିମାନବନ୍ଦରକୁ ଉଡ଼ିବ ବିମାନ । ସକାଳ ୧୦ଟା ୩୦ରେ ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରଥମ ପର୍ଯ୍ୟାୟରେ ୯ ସିଟ୍ ବିଶିଷ୍ଟ ବିମାନ ଚଳାଇବ ଇଣ୍ଡିଆ ଓ୍ବାନ ଏୟାର । ପ୍ରତିଦିନ ପୂର୍ବାହ୍ନ ୧୧ଟା ୩୫ରୁ ଭୁବନେଶ୍ବରରୁ ଉଡ଼ାଣ ଆରମ୍ଭ କରି ଜୟପୁରରେ ଅପରାହ୍ନ ଗୋଟାଏ ୨୦ରେ ପହଞ୍ଚିବ । ସେଠାରୁ ଗୋଟାଏ ୪୦ରେ ବିଶାଖାପାଟଣା ଅଭିମୁଖେ ଯାତ୍ରା କରି ୨ଟା ୩୦ରେ ପହଞ୍ଚିବ । ପୁଣି ଅପରାହ୍ନ ୩ଟାରେ ବିଶାଖାପାଟଣାରୁ ବାହାରି ୩ଟା ୫୦ରେ ଜୟପୁର ଓ ପରେ ୪ଟା ୫ରେ ସେଠାରୁ ବାହାରି ୫ଟା ୫୦ରେ ଭୁବନେଶ୍ବରରେ ପହଞ୍ଚିବ ।
“The eyes believe themselves, the ears believe other people.”
More Stories
ଅତ୍ୟଧିକ କଖାରୁ ଡାଲମା ଖାଉଛନ୍ତି କି
କେବେ ଥମିବ ଅପରାଧ, ୩ ବର୍ଷରେ ୮୧୯ ଦୁଷ୍କର୍ମ
ଓଡିଶା ସୀମାକୁ ଘେରିଛନ୍ତି 2000 ନକ୍ସଲ୍