ଶନିବାରଠୁ ହାଡ଼ଭଙ୍ଗା ଶୀତରେ ଥରିବ ଓଡ଼ିଶା । ୧୨ ତାରିଖରୁ ତାପମାତ୍ରା ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇବ । ତେବେ ଆସନ୍ତା ୨ ଦିନ ପର୍ଯ୍ୟନ୍ତ ରାତିର ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବନାହିଁ । ପୂର୍ବରୁ ପୂର୍ବାବାୟୁ ପ୍ରଭାବରେ ବଙ୍ଗୋପସାଗରରୁ ଉଷ୍ମ ଜଳୀୟବାଷ୍ପ ପ୍ରବେଶ କରୁଥିଲା । ଫଳରେ ଦକ୍ଷିଣ ଓଡିଶାରେ ବର୍ଷା ଓ ଅନ୍ୟ ଅଞ୍ଚଳରେ କୋହଲା ପାଗ ରହୁଥିଲା । ଏବେ ମେଘମୁକ୍ତ ଆକାଶ ସହିତ ପୂର୍ବାବାୟୁ ଚଳନ କମିଛି । ଫଳରେ ତାପମାତ୍ରା ହ୍ରାସ ପାଇବା ସହ ଶୀତ ବଢିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
More Stories
ଗାଡି ଟାୟାରରୁ ବାହାରୁଛି ଟଙ୍କା
ସୁନାମି ପାଇଁ ପ୍ରସ୍ତୁତ ହେବାକୁ ୨୪ ଗାଁକୁ ଚେତାବନୀ
ରାତି ପାହିଲେ ପ୍ରତ୍ୟେକ ଚାଷୀଙ୍କୁ ଅତିରିକ୍ତ 800 ଟଙ୍କା