The Topmost

“The eyes believe themselves, the ears believe other people.”

ଆଜିଠୁ ଆରମ୍ଭ ଅମରନାଥ ଦର୍ଶନ

ଆଜିଠୁ ଆରମ୍ଭ ଅମରନାଥ ଦର୍ଶନ । ଗୁମ୍ଫା ଭିତରେ ଦିବ୍ୟ ଦର୍ଶନ ଦେବେ ଦେବ ଦେବ ମହାଦେବ । ବରଫ ଲିଙ୍ଗ ଦର୍ଶନ ପାଇଁ ବିଭିନ୍ନ ବେସ୍ କ୍ୟାମ୍ପରେ ହଜାର ହଜାର ଶ୍ରଦ୍ଧାଳୁ ପହଞ୍ଚିଛନ୍ତି । ବୋଲ ବମ୍, ହର ହର ବମ୍ ନାରା ଦେଇ ଅମରନାଥ ପୀଠକୁ ଯାତ୍ରା କରିଛନ୍ତି ଶ୍ରଦ୍ଧାଳୁ । ତୀର୍ଥଯାତ୍ରୀଙ୍କ ସୁରକ୍ଷା ପାଇଁ ଜାମ୍ମୁରେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି । ସହର ସାରା ସୁରକ୍ଷାକର୍ମୀମାନେ ଅସ୍ଥାୟୀ କ୍ୟାମ୍ପ କରି ସୁରକ୍ଷା ବ୍ୟବସ୍ଥା ଉପରେ ନଜର ରଖିଛନ୍ତି । ଡ୍ରୋନ, ଡଗ୍ ଓ ବମ୍ ସ୍କ୍ବାଡ ଯୋଗେ ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରାଯାଉଛି । ଶ୍ରଦ୍ଧାଳୁଙ୍କ ସୁରକ୍ଷା ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଥିବା ବେଳେ ସୁଗମ ଯାତ୍ରା ପାଇଁ ବିଭିନ୍ନ ସ୍ଥାନରେ ସେନା ଓ ଜିଲ୍ଲା ପ୍ରଶାସନର କ୍ୟାମ୍ପ କରାଯାଇଛି । ଅମରନାଥ ଯାତ୍ରୀଙ୍କ ପାଇଁ ତତ୍କାଳ ରେଜିଷ୍ଟ୍ରେସନ ବ୍ୟବସ୍ଥା କରିଛି ପ୍ରଶାସନ । ବୈଷ୍ଣବୀ ଧାମ, ମହାଜନ ସଭା, ପଞ୍ଚାୟତ ଘର, ଗୀତା ଭବନ ଓ ରାମ ମନ୍ଦିରରେ ସାଧୁସନ୍ଥଙ୍କ  ତତ୍କାଳ ରେଜିଷ୍ଟ୍ରେସନ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି । ଜୁଲାଇ ୧ରୁ ଅଗଷ୍ଟ ୩୧ଯାଏଁ ଚାଲିବ ଅମରନାଥ ଯାତ୍ରା ।