The Topmost

“The eyes believe themselves, the ears believe other people.”

ଆଜିଠୁ ଆହୁରି କମିବ ଶୀତ

ହାଡଭଙ୍ଗା ଶୀତ ପରେ ରାଜ୍ୟରେ ତାପମାତ୍ରା ସାମାନ୍ୟ ବଢ଼ିଛି । ଆଜିଠୁ ଶୀତ ଆହୁରି କମିବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ତାପମାତ୍ରା ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇପାରେ । ଲଗାତର ଏକ ସପ୍ତାହ ଧରି ରାଜ୍ୟକୁ ଉତ୍ତର-ପଶ୍ଚିମ ଦିଗରୁ ପ୍ରବାହିତ ହେଉଥିବା ଥଣ୍ଡା ଶୁଷ୍କ ପବନ ଧିରେ ଧିରେ ଦୁର୍ବଳ ହେଉଛି । ଏହାସହ ପୂର୍ବାଳୀ ଉଷ୍ଣ ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ସକ୍ରିୟ ହେଉଛି । ଏହାର ପ୍ରଭାବରେ ରାଜ୍ୟରେ ଶୀତର ପ୍ରକୋପ କମିବା ସହ ଘନ କୁହୁଡି ଦୃଶ୍ୟମାନ ହେବ ବୋଲି ସତର୍କ କରାଇଛି ପାଣିପାଗ କେନ୍ଦ୍ର । ଘନ କୁହୁଡି ପାଇଁ ଆଜି ୨୦ ଜିଲ୍ଲାକୁ ସତର୍କତା ଜାରି କରାଯାଇଛି । ସବୁ ଜିଲ୍ଲାରେ ଦୃଶ୍ୟମାନ କ୍ଷମତା ୫୦ ମିଟର କିମ୍ବା ତା’ଠାରୁ କମ୍ ହୋଇପାରେ । ଘନ କୁହୁଡି ସତର୍କତା ପରେ ପୋଲିସ ଓ ପରିବହନ ବିଭାଗକୁ ସତର୍କ କରାଇଛନ୍ତି ଏସଆରସି । ଗାଡି ଚଳାଚଳ ଉପରେ ନଜର ରଖିବା ସହ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।