ଆଜିଠୁ ଏକକ ପିଜି ପ୍ରବେଶିକା ପରୀକ୍ଷା ଆରମ୍ଭ । ଅଗଷ୍ଟ ୧୩ ଯାଏଁ ଚାଲିବାକୁ ଥିବା ଏହି ପ୍ରବେଶିକା ପରୀକ୍ଷାରେ ୭୦ ହଜାରରୁ ଉର୍ଦ୍ଧ୍ବ ପରୀକ୍ଷାର୍ଥୀ ଅଂଶଗ୍ରହଣ କରିବେ । ତେବେ ପରୀକ୍ଷା ଲାଗି ସାରା ରାଜ୍ୟରେ ମୋଟ୍ ୨୬ଟି କେନ୍ଦ୍ର କରାଯାଇଛି । ଉଚ୍ଚଶିକ୍ଷା ବିଭାଗ ଅଧୀନ ସମସ୍ତ ସରକାରୀ ବିଶ୍ବବିଦ୍ୟାଳୟ ଓ ସ୍ବୟଂଶାସିତ ମହାବିଦ୍ୟାଳୟରେ ପରୀକ୍ଷା କେନ୍ଦ୍ର ହୋଇଛି । ପ୍ରତିଦିନ ତିନୋଟି ସେସନ୍ ଯଥା ପୂର୍ବାହ୍ନ ୧୦ଟାରୁ ୧୧ଟା ୩୦ ମଧ୍ୟରେ ପ୍ରଥମ, ମଧ୍ୟାହ୍ନ ୧୨ଟା ୩୦ରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ଦ୍ବିତୀୟ ଓ ଅପରାହ୍ନ ୩ଟାରୁ ୪ଟା ୩୦ ମଧ୍ୟରେ ତୃତୀୟ ସେସ୍ନ ପରୀକ୍ଷା ଅନୁଷ୍ଠିତ ହେବ । ଦିବ୍ୟାଙ୍ଗ ପରୀକ୍ଷାର୍ଥୀଙ୍କ ଲାଗି ଅତିରିକ୍ତ ୩୦ ମିନିଟ୍ ସମୟ ଦିଆଯିବ । କୋଭିଡ୍ କଟକଣା ମଧ୍ୟରେ ହେଉଥିବା ଏହି ପ୍ରବେଶିକା ପରୀକ୍ଷାକୁ ସମ୍ବଲପୁର ବିଶ୍ବବିଦ୍ୟାଳୟ ସଂଯୋଜନା କରୁଛି ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା