ଆଜିଠୁ କମିବ ବର୍ଷାର ବିସ୍ତୃତି ଏବଂ ପରିମାଣ । ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତିକରୁଛି । ଆସନ୍ତା ୨୪ ଘଣ୍ଟା ଉତ୍ତର ଓଡ଼ିଶା ଦେଇ ଛତିଶଗଡ଼ ମୁହାଁ ହେବ । ଆଜି ପ୍ରବଳ ବର୍ଷା ନେଇ ୫ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି । ବରଗଡ଼, ନୂଆପଡା, ନବରଙ୍ଗପୁର, ସୁନ୍ଦରଗଡ଼ ଏବଂ ଝାରସୁଗୁଡାକୁ ସତର୍କତା ଜାରି ହୋଇଛି । ୭୦ ରୁ ୧୧୦ ମିଲିମିଟର ବର୍ଷା ସମ୍ଭାବନା ରହିଛି । ଉପକୂଳ ଓଡିଶାରେ ହାଲୁକା ବର୍ଷା ସମ୍ଭାବନା ରହିଛି । ଆଗାମୀ ୪ ରୁ ୫ ଦିନ ଯାଏଁ ରାଜ୍ୟରେ ବିଶେଷ ବର୍ଷା ନାହିଁ । ପୁଣି ୨୫ ତାରିଖରେ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ତେଣୁ ୨୩ରୁ ପୁଣି ବର୍ଷା ଆରମ୍ଭ ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା