The Topmost

“The eyes believe themselves, the ears believe other people.”

ଆଜିଠୁ ଖୋଲିଲା ବିଶ୍ୱ ପ୍ରସିଦ୍ଧ ଭିତରକନିକା

ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର । ଆଜିଠୁ ଖୋଲିଲା ବିଶ୍ୱ ପ୍ରସିଦ୍ଧ ଭିତରକନିକା । କୁମ୍ଭୀର ପ୍ରଜନନ ଋତୁ ପାଇଁ ପ୍ରତିବର୍ଷ ମଇ ୧ ରୁ ଜୁଲାଇ ୩୧ ତାରିଖ ଦୀର୍ଘ ୩ ମାସ ଧରି ଭିତରକନିକା ବନ୍ଦ ରହିଥିଲା । ଏହି ସମୟରେ ଦେଶ ବିଦେଶର ପର୍ଯ୍ୟଟକ ଭିତରକନିକାରେ ପ୍ରବେଶ ଉପରେ କଟକଣା ଥାଏ । ଆଜି ଠାରୁ ଦେଶ ବିଦେଶର ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ଜାତୀୟ ଉଦ୍ୟାନକୁ ଖୋଲାଯାଇଛି । ଏଥିପାଇଁ ବନବିଭାଗ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ପର୍ଯ୍ୟଟକମାନେ ଭିତରକନିକା ମଧ୍ୟକୁ ପ୍ରବେଶ କରିବାକୁ ହେଲେ ପରିଚୟପତ୍ରକୁ ବାଧ୍ୟତା ମୂଳକ କରାଯାଇଛି । ଗୁପ୍ତି, ଖୋଳା ଓ ଡାଙ୍ଗମାଳ ୩ଟି ଏଣ୍ଟ୍ରି ପଏଣ୍ଟ ଦେଇ ଭିତରକନିକାକୁ ପ୍ରବେଶ କରିପାରିବେ । ଯନ୍ତ୍ରଚାଳିତ ବୋଟ ସହ ବନବିଭାଗ ତରଫରୁ ରହିଥିବା ୫ଟି ଫାଇବର ବୋଟରେ ମଧ୍ୟ ପର୍ଯ୍ୟଟକମାନେ ବୁଲି ଭିତରକନିକାର ସୌନ୍ଦର୍ଯ୍ୟ ଉପଭୋଗ କରିପାରିବେ ।