ଆକାଶ ପଥରେ ଆଉ ଏକ ସହର ସହ ଯୋଡ଼ି ହେବାକୁ ଯାଉଛି ଝାରସୁଗୁଡ଼ା । ଆଜିଠୁ କୋଲକାତାକୁ ଆରମ୍ଭ ହେବ ବିମାନସେବା । କୋଲକାତାକୁ ୭୨ ସିଟ ବିଶିଷ୍ଟ ATR-72, ବିମାନ ଚଳାଚଳ କରିବ । ପ୍ରତିଦିନ ସନ୍ଧ୍ୟା ୫ ଟା ୫୦ରେ କୋଲକାତାରୁ ଇଣ୍ଡିଗୋର ବିମାନ ଉଡାଣ ଆରମ୍ଭ କରି ୭ଟା ୨୫ରେ ଝାରସୁଗୁଡାରେ ପହଞ୍ଚିବ । ଝାରସୁଗୁଡାରୁ ସନ୍ଧ୍ୟା ୭ ଟା ୫୫ରେ ଉଡାଣ ଆରମ୍ଭ କରି ରାତି ୯ ଟା ୨୦ରେ କୋଲକାତା ବିମାନ ବନ୍ଦରରେ ଅବତରଣ କରିବ l ସେହିପରି ଆସନ୍ତା ୧୫ ତାରିଖରୁ ବେଙ୍ଗାଳୁରୁକୁ ମଧ୍ୟ ବିମାନ ସେବା ଆରମ୍ଭ ହେବ । ପ୍ରତିଦିନ ସକାଳ ୧୦ ଟା ୧୫ରେ ବେଙ୍ଗାଲୁରୁରୁ ବାହାରି ଅପରାହ୍ନ ୧୨ ଟା ୨୦ରେ ଝାରସୁଗୁଡାରେ ପହଞ୍ଚିବ ବିମାନ । ପରେ ଅପରାହ୍ନ ୧୨ ଟା ୫୦ରେ ଝାରସୁଗୁଡାରୁ ବାହାରି ୨ ଟା ୫୫ରେ ବେଙ୍ଗାଲୁରୁରେ ପହଞ୍ଚିବ । ବେଙ୍ଗାଳୁରୁକୁ ୧୮୦ ସିଟ ବିଶିଷ୍ଟ ଏୟାରବସ-୩୨୦ ବିମାନ ଚଳାଚଳ କରିବ । ଏହାଦ୍ବାରା ପଶ୍ଚିମ ଓଡିଶା ସହିତ ଛତିଶଗଡର ଲୋକେ ମଧ୍ୟ ଉପକୃତ ହୋଇପାରିବେ ।
More Stories
ଗାଡି ଟାୟାରରୁ ବାହାରୁଛି ଟଙ୍କା
ସୁନାମି ପାଇଁ ପ୍ରସ୍ତୁତ ହେବାକୁ ୨୪ ଗାଁକୁ ଚେତାବନୀ
ରାତି ପାହିଲେ ପ୍ରତ୍ୟେକ ଚାଷୀଙ୍କୁ ଅତିରିକ୍ତ 800 ଟଙ୍କା