ଆଜିଠୁ ତେଲେଙ୍ଗାନାରେ ରେବନ୍ତ ସରକାର । ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ୫୪ ବର୍ଷୀୟ କଂଗ୍ରେସ ନେତା ରେବନ୍ତ ରେଡ୍ଡୀ । ହାଇଦ୍ରାବାଦ ଏଲବି ଷ୍ଟାଡିୟମରେ ହେବ ଶପଥଗ୍ରହଣ ଉତ୍ସବ । ଶପଥ ଗ୍ରହଣ ଉତ୍ସବରେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେଙ୍କ ସହିତ, ସାଂସଦ ସୋନିଆ ଗାନ୍ଧୀ, ରାହୁଲ ଗାନ୍ଧୀ ଓ ବରିଷ୍ଠ କଂଗ୍ରେସ ନେତା ଯୋଗଦେଇପାରନ୍ତି । ରେବନ୍ତଙ୍କ ସହ କିଛି ମନ୍ତ୍ରୀ ମଧ୍ୟ ଶପଥ ନେବା କାର୍ଯ୍ୟକ୍ରମ ରହିଛି । ମନ୍ତ୍ରୀମଣ୍ଡଳରେ ଦଳିତ ବର୍ଗରୁ ଜଣେ ଉପମୁଖ୍ୟମନ୍ତ୍ରୀ ହେବା ସମ୍ଭାବନା ରହିଛି । ଗତକାଲି ଦିଲ୍ଲୀରେ ଏଆଇସିସି ସଭାପତି ମଲ୍ଲିକାର୍ଜୁନ ଖଡଗେଙ୍କୁ ଭେଟିଥିଲେ ରେବନ୍ତ । ରେବନ୍ତ ରେଡି ତେଲେଙ୍ଗାନା ରାଜନୀତିରେ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି । ୨୦୧୭ରେ ସେ କଂଗ୍ରେସରେ ଯୋଗ ଦେଇଥିଲେ ।
“The eyes believe themselves, the ears believe other people.”
More Stories
କଳାହାଣ୍ଡି ଗସ୍ତରେ ମୁଖ୍ୟମନ୍ତ୍ରୀ, ଲାଗିଛି ବ୍ୟାପକ ପ୍ରସ୍ତୁତି
କଥା ରଖିଲେ ମୋହନ, ଶ୍ରୀମନ୍ଦିରକୁ 500 କୋଟିର କର୍ପସ ପାଣ୍ଠି ମଞ୍ଜୁର
ସବୁଠୁ ବଡ ସମସ୍ୟା ମହିଳାଙ୍କ ସୁରକ୍ଷା- ସୁପ୍ରିୟା ଶ୍ରୀନେତ