ଆଜିଠୁ ୩ମାସ ଯାଏଁ ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ଜାତୀୟ ଉଦ୍ୟାନ ବନ୍ଦ । ଜୁଲାଇ ୩୧ ତାରିଖ ଯାଏଁ ପର୍ଯ୍ୟଟକଙ୍କ ପ୍ରବେଶ ଉପରେ ଲାଗିଛି କଟକଣା । ଭିତରକନିକାରେ ପ୍ରବାହିତ ନଦୀ ନାଳରେ ବସବାସ କରୁଥିବା ବଉଳା କୁମ୍ଭୀରଙ୍କ ପ୍ରଜନନ ଋତୁ ପାଖେଇ ଆସୁଛି । ଏହାକୁ ଆଖି ଆଗରେ ରଖି ଉଭୟ ପର୍ଯ୍ୟଟକ ଓ କୁମ୍ଭୀରଙ୍କ ସୁରକ୍ଷା ଦୃଷ୍ଟିରୁ ରାଜନଗର ବନ ବିଭାଗ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି । ଏହି ସମୟ ଭିତରେ ଦେଶ ବିଦେଶର ପର୍ଯ୍ୟଟକଙ୍କ ଭିତରକନିକା ଭ୍ରମଣ ଓ ପ୍ରବେଶ ବନ୍ଦ ରହିବ । ପ୍ରଜନନ ଋତୁ ସମୟରେ କୁମ୍ଭୀର ହେନ୍ତାଳ ଓ ଖରଖରି ପତ୍ରରେ ବସା ବାନ୍ଧନ୍ତି । ନଦୀକୂଳ ଠାରୁ ଜୁଆର ଛୁଇଁପାରୁନଥିବା ନିରାପଦ ସ୍ଥାନରେ ବସାବାନ୍ଧି ଅଣ୍ଡା ଦେଇଥାନ୍ତି । ଏହି ସମୟରେ କୁମ୍ଭୀର ଅଧିକ ହିଂସ୍ର ହୋଇଥାନ୍ତି । ଏହାକୁ ଦୃଷ୍ଟିରେ ରଖି ପର୍ଯ୍ୟଟକଙ୍କ ପ୍ରବେଶ ଉପରେ କଟକଣା ଜାରି ହୋଇଛି ।
More Stories
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା
ନିର୍ଧୁମ ଛେଚିବ ବର୍ଷା, ଲଘୁଚାପ ପାଇଁ ରେଡ୍ ଆଲର୍ଟ ଜାରି